Advertisment

୧୩ ଲକ୍ଷ ୮୫ ହଜାର ଟଙ୍କାର ଜାଲ୍ ନୋଟ ଜବତ କଲା ପୋଲିସ୍‌

ସେମାନଙ୍କଠାରୁ ଟଙ୍କା ଛାପିବା ମେସିନ, କାଗଜ ଓ ଅନ୍ୟ ସାମଗ୍ରୀ ଜବତ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ୪ ଜଣଙ୍କ ଘର ବରଗଡ଼ ଜିଲ୍ଲାରେ ହୋଇଥିବାବେଳେ ମୁଖ୍ୟ ୨ ଅଭିଯୁକ୍ତଙ୍କ ଘର ଛତିଶଗଡ଼ର ରାୟଗଡ଼ାରେ ବୋଲି ସୂଚନା ମିଳିଛି। ପୋଲିସ ଏନେଇ ଅଧିକ ତଦନ୍ତ କରୁଛି, ଏହା ସହିତ ଅନ୍ୟ କେଉଁ ଅଞ୍ଚଳକୁ ଏମାନେ ଜାଲ୍ ନୋଟ୍ ପଠାଉଥିଲେ କି ତାର ମଧ୍ୟ ତଦନ୍ତ କରାଯାଇଛି।

୧୩ ଲକ୍ଷ ୮୫ ହଜାର ଟଙ୍କାର ଜାଲ୍ ନୋଟ ଜବତ କଲା ପୋଲିସ୍‌

fake note

Advertisment

ସମ୍ବଲପୁର: ସମ୍ବଲପୁରରେ ଜାଲ୍ ନୋଟ କାରବାର ପର୍ଦ୍ଦାଫାଶ ହୋଇଛି। ୧୩ ଲକ୍ଷ ୮୫ ହଜାର ଟଙ୍କାର ଜାଲ୍ ନୋଟ ଜବତ କରିଛି ପୋଲିସ। ଏଥିରେ ରହିଛି ୬୦୦ଟି ଦୁଇ ହଜାର ଟଙ୍କିଆ ନୋଟ, ୩୬୨ଟି ୫ ଶହ ଟଙ୍କିଆ ନୋଟ ଓ ୪୪ଟି ଶହେ ଟଙ୍କିଆ ନୋଟ। ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ଟଙ୍କା ଛାପିବା ମେସିନ, କାଗଜ ଓ ଅନ୍ୟ ସାମଗ୍ରୀ ଜବତ କରାଯାଇଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ୪ ଜଣଙ୍କ ଘର ବରଗଡ଼ ଜିଲ୍ଲାରେ ହୋଇଥିବାବେଳେ ମୁଖ୍ୟ ୨ ଅଭିଯୁକ୍ତଙ୍କ ଘର ଛତିଶଗଡ଼ର ରାୟଗଡ଼ାରେ ବୋଲି ସୂଚନା ମିଳିଛି। ପୋଲିସ ଏନେଇ ଅଧିକ ତଦନ୍ତ କରୁଛି, ଏହା ସହିତ ଅନ୍ୟ କେଉଁ ଅଞ୍ଚଳକୁ ଏମାନେ ଜାଲ୍ ନୋଟ୍ ପଠାଉଥିଲେ କି ତାର ମଧ୍ୟ ତଦନ୍ତ କରାଯାଇଛି।

Advertisment

ତେବେ ଏହା ପୂର୍ବରୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଶ୍ରୀଧରନଗରରୁ ପ୍ରାୟ ୨.୫ ଲକ୍ଷ ଟଙ୍କାର ଜାଲ୍ ନୋଟ୍ ଜବତ କରାଯାଇଥିଲା। ଏଥିସହ ଜାଲ୍ ନୋଟ୍ ପାଇଁ ବ୍ୟବହୃତ କେମିକାଲ, କାଗଜ ଓ ଅନ୍ୟ ସାମଗ୍ରୀକୁ ଜବତ କରାଯାଇଥିଲା। ଜଣଙ୍କ ଘରେ ଏହି ନକଲି ନୋଟ କାରଖାନା ଚାଲିଥିବା ଖବର ପାଇ ପୁଲିସ ଚଢ଼ଉ କରିଥିଲା। ଏହି ଘଟଣାରେ ପୁଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା ବି କରିଥିଲା। ତେବେ କେଉଁ ପରିସ୍ଥିତିରେ ଜାଲ୍ ନୋଟ୍ ଆସିଲା ଜାଣିବାକୁ ପୁଲିସ ଅଧିକ ଖୋଳତାଡ଼ ଚଳାଇଛି।

Advertisment
Odisha Sambalpur FakeNote
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ