Advertisment

ମାଟିତଳୁ ମିଳିଥିବା ଜିନିଷ ମମିତାଙ୍କର !

ମାଟିତଳୁ ମିଳିଥିବା ଜିନିଷ ମମିତାଙ୍କର ମହାଲିଙ୍ଗର ବୋଲି ସୂଚନା ମିଳିଛି। ନିର୍ମାଣାଧୀନ ଷ୍ଟାଡିୟମରୁ ମୃତଦେହ ମିଳିବା ଘଟଣାପରେ ଥମିବାରେ ନା ନେଉନାହିଁ ଚର୍ଚ୍ଚା। ମୃତଦେହ ସହ ମାଟିତଳୁ ମିଳିଥିବା ଜିନିଷ ମମିତାଙ୍କର ବୋଲି ଚିହ୍ନଟ କରିଛନ୍ତି ପରିବାର ଲୋକେ

ଅଦ୍ୟତନ ହୋଇଛି
Mamita

Mamita

Advertisment

ବଲାଙ୍ଗିର: ମାଟିତଳୁ ମିଳିଥିବା ଜିନିଷ ମମିତାଙ୍କର ମହାଲିଙ୍ଗର ବୋଲି ସୂଚନା ମିଳିଛି। ନିର୍ମାଣାଧୀନ ଷ୍ଟାଡିୟମରୁ ମୃତଦେହ ମିଳିବା ଘଟଣାପରେ ଥମିବାରେ ନା ନେଉନାହିଁ ଚର୍ଚ୍ଚା। ମୃତଦେହ ସହ ମାଟିତଳୁ ମିଳିଥିବା ଜିନିଷ ମମିତାଙ୍କର ବୋଲି ଚିହ୍ନଟ କରିଛନ୍ତି ପରିବାର ଲୋକେ। ମିଳିଥିବା ଜିନିଷ ମମିତାଙ୍କର ବୋଲି ପରିବାର ଲୋକେ ଚିହ୍ନଟ କରିସାରିଛନ୍ତି। ମୃତଦେହ ସହ ମାଟିତଳୁ ପାଉଁଜି, ସୁନାଚେନ୍ ଓ ବ୍ୟାଗ ମଧ୍ୟ ମିଳିଛି। ଜିନିଷ ଗୁଡ଼ିକୁ ଚିହ୍ନଟ ନେଇ ଡିଏସ୍‌ପି ବଟକୃଷ୍ଣ ମିଶ୍ର OTVକୁ ସୂଚନା ଦେଇଛନ୍ତ। ସେପଟେ ଅଭିଯୁକ୍ତ ଗୋବିନ୍ଦ ସାହୁକୁ ଧରିବାକୁ ପୋଲିସ ପକ୍ଷରୁ ରଣନୀତି ପ୍ରସ୍ତୁତ ହୋଇଛି। ଡିଆଇଜିଙ୍କ ସହ ବୈଠକ କରିଛନ୍ତି ବଲାଙ୍ଗିର ଏସପି।

Advertisment

ସେପଟେ, ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଓ କଳାହାଣ୍ଡି ମହାଲିଙ୍ଗ ଷ୍ଟାଡିୟମରୁ ଏକ ଦଗ୍ଧ ମୃତଦେହ ମିଳିବା ପରେ ଜୋର ଧରିଲା ରାଜନୀତି। ପୂରା ଘଟଣାର CBI ତଦନ୍ତ ଦାବି କଲା କଂଗ୍ରେସ। ମହାଲିଙ୍ଗ ସନସାଇନ୍ ପବ୍ଲିକ ସ୍କୁଲରେ ଦେହ ବ୍ୟବସାୟ ହେଉଥିବା ନେଇ ସଙ୍ଗୀନ ଅଭିଯୋଗ ମଧ୍ୟ ହୋଇଛି। ଝିଅମାନଙ୍କର ମାର୍କ ବଢାଇବା ପାଇଁ ଦେହ ବ୍ୟବସାୟ କରାଯାଉଥିଲା ଏବଂ ମମିତା ମେହେରଙ୍କ ବାପାଙ୍କ ସୂଚନା ଆଧାରରେ ଏପରି ସଙ୍ଗୀନ ଅଭିଯୋଗ ହୋଇଛି। ପ୍ରେସମିଟ୍‌ କରି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଏପରି ଅଭିଯୋଗ କରିଛନ୍ତି। ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଟାଣିଲା କଂଗ୍ରେସ। ଦିବ୍ୟଶଙ୍କର ମହାଲିଙ୍ଗ ସ୍କୁଲକୁ ବାରମ୍ବାର ଆସି ରାତି ବିତାଉଥିବା ନେଇ ଅଭିଯୋଗ କରିବା ସହ ମହାଲିଙ୍ଗବାସୀ ମଧ୍ୟ ମନ୍ତ୍ରୀ ରାତି ବିତାଉଥିବା କହିଛନ୍ତି ବୋଲି ସୂଚନା ଦେଇଛନ୍ତି କଂଗ୍ରେସର ବରିଷ୍ଠ ବିଧାୟକ ସାଲୁଜା।

Advertisment
Mamita Meher Odisha Police Crime Mamita Meher Missing Case Balangir Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ