Singer Humane Sagar
ପୁଣି ବିବାଦରେ ସିଙ୍ଗର୍ ହ୍ୟୁମାନ ସାଗର। ଜଗନ୍ନାଥ ଭଜନକୁ କଦର୍ଥ କରିଥିବା ଅଭିଯୋଗ। କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଓ ରୁକୁ ସୁନାଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଏତଲା ଦେଇଛି ଇଣ୍ଟରନ୍ୟାସନାଲ୍ ହ୍ୟୁମାନ୍ ରାଇଟ୍ସ କମିଶନ୍। ଜଗନ୍ନାଥଙ୍କ ଭଜନକୁ କଦର୍ଥ କରି ସୋସିଆଲ ମିଡିଆରେ ପ୍ରଦର୍ଶନ କରିଥିବା ଅଭିଯୋଗ ନେଇ ଥାନାରେ ଏତଲା ଦିଆଯାଇଛି। ସେପଟେ ଏହି ଘଟଣାକୁ ନେଇ ହ୍ୟୁମାନ ସାଗର କିମ୍ବା ରୁକୁ ସୁନାଙ୍କ ପ୍ରତିକ୍ରିୟା ମିଳିପାରିନି।
ସୋସିଆଲ୍ ମିଡ଼ିଆରେ ଗୋଟିଏ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଉଭୟ ହ୍ୟୁମାନ ସାଗର ଓ ରୁକୁ ସୁନା ଜଗନ୍ନାଥଙ୍କ ଭଜନକୁ ଅଶ୍ଳୀଳ ଭାବରେ ଗାଇବା ଶୁଣିବାକୁ ମିଳିଛି । ଏପରି କାର୍ଯ୍ୟ ଜଗନ୍ନାଥ ପ୍ରେମୀଙ୍କ ଭାବାବେଗକୁ ଆଘାତ ଦେଇଛି । କେବଳ ଏହି ଦୁଇଜଣଙ୍କ ବିରୋଧରେ ନୁହେଁ ଯେଉଁ ମାନେ ଏହି ଭିଡିଓରେ ଦେଖାଯାଉଛନ୍ତି ତାଙ୍କ ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି ।
ଏହାସହ ଯେଉଁ ଷ୍ଟୁଡିଓରେ ଏହି ଗୀତ ରେକର୍ଡ ହୋଇଛି ତାହା ବିରୋଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାର ଆବଶ୍ୟକ ରହିଛି ବୋଲି ଅଭିଯୋଗକାରୀ କହିଛନ୍ତି। ଏପରିକି ତାଙ୍କୁ ବ୍ୟାନ କରିବା ଦରକାର ବୋଲି ମଧ୍ୟ ଦାବି ହୋଇଛି ।
ପୂର୍ବରୁ ବି ବିବାଦରେ ରହିଥିଲେ ହ୍ୟୁମାନ ସାଗର । ତାଙ୍କ ମ୍ୟାନେଜର ସାଗର ବେହେରା ଗୀତିକାର ପ୍ରମୋଦ ପରିଡ଼ାଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା । ଯାହା ପରେ ଥାନାରେ ଏକ ମାମଲା ରୁଜୁ ହୋଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1720438635.jpg)