ଛୁଟି ନ ମିଳିବାରୁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା! ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

ଛୁଟି ନ ମିଳିବାରୁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା ଅଭିଯୋଗ । ଗଂଜାମ ଆସ୍କା ଅଗ୍ନିଶମ କେନ୍ଦ୍ରରେ କାର୍ଯ୍ୟରତ ଦୟାନିଧି ମହନ୍ତଙ୍କର ଝୁଲନ୍ତା ମୃତଦେହ ବୁଢ଼ାକେନ୍ଦୁ ଜଙ୍ଗଲରୁ ଉଦ୍ଧାର କରାଯାଇଛି ।

Hanging sucide

News Summary

ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା ଅଭିଯୋଗ

ଛୁଟି ନ ମିଳିବାରୁ ଅଗ୍ନିଶମ କର୍ମଚାରୀଙ୍କ ଆତ୍ମହତ୍ୟା ଅଭିଯୋଗ । ଗଂଜାମ ଆସ୍କା ଅଗ୍ନିଶମ କେନ୍ଦ୍ରରେ କାର୍ଯ୍ୟରତ ଅଗ୍ନିଶମ କର୍ମଚାରୀ ଦୟାନିଧି ମହନ୍ତ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଆତ୍ମହତ୍ୟା ପୂର୍ବରୁ ସେ ଏକ ସୁଇସାଇଡ୍ ନୋଟ୍ ଲେଖିଥିଲେ । ତେବେ ପରିବାରର ଦେଖାଶୁଣା ପାଇଁ ତାଙ୍କୁ ଛୁଟି ନମିଳିବାରୁ ସେ ଆତ୍ମହତ୍ୟା କରିଛନ୍ତି ବୋଲି ସୁଇସାଇଡ୍ ନୋଟରେ ଲେଖିଛନ୍ତି ।

ଦୟାନିଧିଙ୍କ ଘର କେନ୍ଦୁଝର ଜିଲ୍ଲାରେ । ଆଜି ସକାଳୁ ଗାଙ୍ଗପୁର ବୁଢ଼ାକେନ୍ଦୁ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି । ଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣା ତଦନ୍ତ ଚଳାଇଛି ।