Advertisment

ସ୍ୱାମୀଙ୍କୁ ବଂଚାଇବାକୁ ଯାଇ ଗୁଳି ଖାଇଲା ସ୍ତ୍ରୀ

ପୁରୀ ନରେନ୍ଦ୍ର କୋଣ ଅଞ୍ଚଳରେ ଫୁଟିଲା ଗୁଳି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଗୁଳିକାଣ୍ଡ। ଏଥିରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଦାଦାବଟିକୁ ନେଇ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି

author-image
Sarbeswar
ଅଦ୍ୟତନ ହୋଇଛି
Puri

Puri

ପୁରୀ: ପୁରୀ ନରେନ୍ଦ୍ର କୋଣ ଅଞ୍ଚଳରେ ଫୁଟିଲା ଗୁଳି। ଗତକାଲି ବିଳମ୍ବିତ ରାତିରେ ଘଟିଛି ଗୁଳିକାଣ୍ଡ। ଏଥିରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଦାଦାବଟିକୁ ନେଇ ଗୁଳିମାଡ଼ ହୋଇଥିବା ଅଭିଯୋଗ ହୋଇଛି। ପୁରୀ ନରେନ୍ଦ୍ରକୋଣ ଅଞ୍ଚଳର ଜିତେନ୍ଦ୍ର ସାହୁଙ୍କ ଘରକୁ ଗତକାଲି ରାତି ପାଖାପାଖି ୧୨ ଟା ସମୟରେ ଦୁଇ ଜଣ ଦୁର୍ବୃତ୍ତ ଆସି କବାଟ ବାଡେଇ ଦାଦାବଟି ମାଗିଥିଲେ। ତେବେ ଜିତେନ୍ଦ୍ର କବାଟ ନ ଖୋଲିବାରୁ ଗ୍ରିଲ୍ ପଟେ ଗୁଳି ଚଲେଇ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିଲେ।

Advertisment

ତେବେ ସ୍ୱାମୀଙ୍କୁ ବଞ୍ଚାଇବାକୁ ଯାଇ ସ୍ତ୍ରୀ ଶକୁନ୍ତଳା ଆହତ ହୋଇଛନ୍ତି। ତାଙ୍କ ଅଣ୍ଟାରେ ଗୁଳି ବାଜିଛି। ତାଙ୍କୁ ପ୍ରଥମେ ପୁରୀ ମେଡିକାଲ ଓ ପରେ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି। ତେବେ ଆଗରୁ ଦୁର୍ବୃତ୍ତମାନେ ଆସି ଦାଦାବଟି ମାଗୁଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ତେବେ ବର୍ତ୍ତମାନ ସୁଦ୍ଧା କୌଣସି ଅପରାଧୀ ଧରାପଡ଼ିଥିବା ନେଇ ସୂଚନା ମିଳିନାହିଁ।

Advertisment
Puri Crime
Advertisment
Advertisment