Advertisment

ଶିକାରୀ ଗୁଳିରେ ଗଲା ଫରେଷ୍ଟରଙ୍କ ଜୀବନ

ଶିମିଳିପାଳ ଅଭୟାରଣ୍ୟର ଗାମୁଛାଝରଣ ନିକଟରେ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀ ଏବଂ ବନ କର୍ମଚାରୀ ମୁହାଁମୁହିଁ ହୋଇଥିଲେ। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଫରେଷ୍ଟରଙ୍କ ମୃତ୍ୟୁ ହୋଇଥିବା ସୂଚନା।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Forester shot dead by poachers in mayurbhanj

Forester shot dead by poachers in mayurbhanj

ଶିକାରୀ ଗୁଳିରେ ପୁଣି ଗଲା ବନ କର୍ମଚାରୀଙ୍କ ଜୀବନ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆରେ ଶିକାରୀ ଗୁଳିରେ ଜଣେ ଫରେଷ୍ଟରଙ୍କ ମୃତ୍ୟୁ ଘଟିଛି। ବାରାହକାମୁଡା ଫରେଷ୍ଟର ମାଟି ହାଁସଦାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

Advertisment

ସୂଚନା ଅନୁସାରେ, ଶିମିଳିପାଳ ଅଭୟାରଣ୍ୟର ଗାମୁଛାଝରଣ ନିକଟରେ ପାଟ୍ରୋଲିଂ କରୁଥିବା ବେଳେ ଶିକାରୀ ଏବଂ ବନ କର୍ମଚାରୀ ମୁହାଁମୁହିଁ ହୋଇଥିଲେ। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଫରେଷ୍ଟରଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଘଟଣାସ୍ଥଳରେ ଉତ୍ତର ଶିମିଳିପାଳର ଉପନିର୍ଦ୍ଦେଶକ ସାଇ କିରଣ ଏବଂ କରଞ୍ଜିଆ ବନଖଣ୍ଡ ଅଧିକାରୀ ଶ୍ରୀକାନ୍ତ ନାଏକ, ଉପଖଣ୍ଡ ପୋଲିସ ଅଧିକାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ହତ୍ୟାର କାରଣ ଜଣା ପଡିନଥିଲେ ବି ପୂର୍ବରୁ ଜଣେ ଶିକାରୀକୁ ଆକ୍ରମଣ ଘଟଣାକୁ ନେଇ ପ୍ରତିଶୋଧ ପରାୟଣ ହୋଇ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

Advertisment
Firing
Advertisment
Advertisment