/odishatv-khabar/media/post_attachments/uploadimage/library/16_9/16_9_0/IMAGE_1687603300.jpg)
Ramamurthy Gomanga
ପୂର୍ବତନ ଗୁଣପୁର ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତ । ପତ୍ନୀ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ରାମମୂର୍ତ୍ତି । ୧୧ ଜଣ ସାକ୍ଷୀ ଓ ୧୫ଟି ଦସ୍ତାବିଜ୍ ଆଧାରରେ ଦୋଷୀ ସାବ୍ୟସ୍ତ କରିଛନ୍ତି ଭୁବନେଶ୍ୱର ସ୍ପେଶାଲ କୋର୍ଟ ।
Advertisment
ଆସନ୍ତା ମଙ୍ଗଳବାର ଦଣ୍ଡ ବିଧାନ ଶୁଣାଣି ହେବ । ୧୯୯୫ ଅଗଷ୍ଟ ମାସ ୨୯ତାରିଖ ତଥା ଗଣେଶ ପୂଜା ଦିନ ବିଧାୟକଙ୍କ ବାସଭବନରେ ପତ୍ନୀ ଶଶିରେଖା ଗମାଙ୍ଗଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା ।
ଖାରବେଳ ନଗର ସ୍ଥିତ ଘରୁ ପତ୍ନୀଙ୍କ ପୋଡ଼ା ମୃତଦେହ ମିଳିଥିଲା । ଘଟଣାରେ ପ୍ରଥମେ ୟୁଡି ଓ ପରେ ହତ୍ୟା ମାମଲା ରୁଜୁ କରିଥିଲା ପୋଲିସ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)