/odishatv-khabar/media/post_attachments/uploadimage/library/16_9/16_9_0/IMAGE_1702968033.jpg)
Former planning member,
ପୂର୍ବତନ ପ୍ଲାନିଂ ମେମ୍ବରଙ୍କ ଘରେ ରେଡ୍ । ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷର ପୂର୍ବତନ ପ୍ଲାନିଂ ମେମ୍ବରଙ୍କ ଘରେ ରେଡ୍ ଚାଲିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ରଙ୍କ ଘରେ ରେଡ୍ କରୁଛି ଭିଜିଲାନ୍ସ । ଜୁନିଅର କ୍ଲର୍କ ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ମଧ୍ୟ ଚଢ଼ାଉ ହେଉଛି ।
Advertisment
ଉଭୟଙ୍କ ଘରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ କରୁଛନ୍ତି ଭିଜିଲାନ୍ସ ଅଧିକାରୀମାନେ । ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଉଥିବାବେଳେ ଭୁବନେଶ୍ୱର, ସମ୍ବଲପୁର, ଅନୁଗୁଳ ଓ ମୟୂରଭଞ୍ଜର ବିଭିନ୍ନ ସ୍ଥାନରେ ଚଢ଼ାଉ ହେଉଛି ।
ଗତ ସେପ୍ଟେମ୍ବର ମାସରେ ଉଭୟଙ୍କୁ ଗିରଫ କରିଥିଲା ସମ୍ବଲପୁର ପୋଲିସ । ବିଲ୍ଡିଂ ପ୍ଲାନ୍ ପାଇଁ ଫେକ୍ ଆପ୍ରୁଭାଲ୍ ଚିଠି ଇସ୍ୟୁ କରି ଗିରଫ ହୋଇଥିଲେ ବନ୍ଦିତା ମହାପାତ୍ର ଓ ଲକ୍ଷ୍ମୀ ନାରାୟଣ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)