• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ତାଳଚେର ସମଲ ବ୍ୟାରେଜ୍‌ରେ ଅଘଟଣ । ବ୍ୟାରେଜ୍‌ରୁ ବ୍ରାହ୍ମଣୀ ନଦୀକୁ ଡେଇଁ ପଡ଼ିଲେ ଜଣେ ଯୁବତୀ । ତାଳଚେର ବ୍ଲକ୍ ଅନ୍ତର୍ଗତ ସମଲ ଥାନା ଅଞ୍ଚଳରେ ଥିବା ନଦୀବନ୍ଧ ବା ବ୍ୟାରେଜ ଉପରୁ ଡେଇଁ ଜଣେ ଯୁବତୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି ।

ଯୁବତୀ ଜଣଙ୍କ ଆଜି ସକାଳେ ସମଲ ବ୍ୟାରେଜର ୨୪ ନମ୍ବର ଗେଟ୍ ଠାରୁ ତଳକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ଘଟଣା ଘଟିବା ସମୟରେ ପାଖରେ ଉପସ୍ଥିତ ଥିବା ଅଞ୍ଚଳବାସୀ ଏହା ଦେଖି ହଠାତ ବ୍ୟାରେଜ୍ କର୍ତ୍ତୃପକ୍ଷଙ୍କୁ ଜଣାଇବାରୁ ବ୍ୟାରେଜ୍ କର୍ତ୍ତୃପକ୍ଷ ଖୋଲା ଥିବା ନିକଟସ୍ଥ ଗେଟ୍ ଗୁଡିକୁ ବନ୍ଦ କରିଦେଇ ଥିଲେ । କିଛି ଲୋକ ଗେଟ୍ ତଳକୁ ଯାଇ ଯୁବତୀଙ୍କୁ ଜୀବିତ ଅବସ୍ଥାରେ ଉଦ୍ଧାର କରିବା ପରେ ଡଙ୍ଗା ସାହାଯ୍ୟରେ ତାଙ୍କୁ କୁଳରେ ପହଞ୍ଚାଇଥିଲେ ।

ଯୁବତୀ ଜଣଙ୍କ କାହିଁକି ଆତ୍ମହତ୍ୟା ଉଦ୍ୟମ କଲେ, ତାହାର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ଥିବା ବେଳେ ସମଲ ପୋଲିସ ଯୁବତୀ ଜଣଙ୍କୁ ସ୍ଥାନୀୟ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଛି । ଯୁବତୀ ଜଣଙ୍କ ସାମାନ୍ୟ ଆହତ ହୋଇଥିବାର ସୂଚନା ମିଳିଛି ।