• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

News Highlights

  • ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ପ୍ରଦୀପ ପାଣିଗ୍ରାହୀ ।

  • ଫୌଜଦାରୀ ମାମଲା ରୁଜୁ କରିବାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରିଛନ୍ତି ।

  • ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ସେ ଅଭିଯୋଗ ଆଣିଛନ୍ତି ।

ଭୁବନେଶ୍ୱର: ଲୋକାୟୁକ୍ତଙ୍କ ବିରୋଧରେ ସୁପ୍ରିମକୋର୍ଟ ଯାଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ଲୋକାୟୁକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ କରିବାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଆବେଦନ କରିଛନ୍ତି । ସୁପ୍ରିମକୋର୍ଟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ସେ ଅଭିଯୋଗ ଆଣିଛନ୍ତି । ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଲୋକାୟୁକ୍ତ ଦେଇଥିବା ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶକୁ ହାଇକୋର୍ଟ ଖାରଜ କରିବା ସହ ନିଜ ଏଜେନ୍ସି ଦ୍ୱାରା ତଦନ୍ତ କରିବାକୁ ଲୋକାୟୁକ୍ତଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ତେବେ ଏହି ରାୟ ବିରୋଧରେ ଲୋକାୟୁକ୍ତ ସୁପ୍ରିମକୋର୍ଟ ଯାଇଥିଲେ । କିନ୍ତୁ ସୁପ୍ରିମକୋର୍ଟରେ ଏହି ସମୟରେ ଲୋକାୟୁକ୍ତ ଜାଲ୍ ଡକ୍ୟୁମେଣ୍ଟ ଦେଇଥିବା ଅଭିଯୋଗ ଆଣି ସର୍ବୋଚ୍ଚ ନ୍ୟାୟଳୟରେ ଆବେଦନ କରିଛନ୍ତି ଗୋପାଳପୁର ବିଧାୟକ ପ୍ରଦପ ପାଣିଗ୍ରାହୀ । ପ୍ରଦୀପଙ୍କ ପକ୍ଷରୁ ମାମଲା ଲଢୁଛନ୍ତି ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ।

ତେବେ ଗତ ଅଗଷ୍ଟ ୧୧ ତାରିଖରେ ଲୋକାୟୁକ୍ତଙ୍କ ବିରୋଧରେ ଅଦାଲତ ଅବମାନନା ନେଇ ହାଇକୋର୍ଟରେ ମାମଲା ରୁଜୁ କରିଥିଲେ ପ୍ରଦୀପ ପାଣିଗ୍ରାହୀ । ଲୋକାୟୁକ୍ତ ଜଷ୍ଟିସ ଅଜିତ ସିଂ ଓ ସଚିବ ମାନସ ତ୍ରିପାଠୀଙ୍କ ବିରୋଧରେ ମାମଲା ଦାୟର କରିଥିଲେ । ହାଇକୋର୍ଟ ନିର୍ଦ୍ଦେଶନାମାର ଜାଲ୍ କପି ବଳରେ ସୁପ୍ରିମକୋର୍ଟ ଯାଇଥିବା ଅଭିଯୋଗ କରିଥିଲେ । ଏହାସହ ଲୋକାୟୁକ୍ତଙ୍କୁ କାର୍ଯ୍ୟକଳାପରୁ ବିରତ ରଖିବାକୁ ପ୍ରଦୀପ ଆବେଦନ ମଧ୍ୟ କରିଥିଲେ । ଏନେଇ ପ୍ରେସମିଟ୍‌ରେ ପ୍ରଦୀପ ପାଣିଗ୍ରାହୀଙ୍କ ଓକିଲ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଥିଲେ । 

ସୂଚନାଯୋଗ୍ୟ, ୧୨ ଜୁନ୍‌ରେ ଝାରପଡ଼ା ଜେଲରୁ ମୁକୁଳିଥିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ । ନିଜ ନାମରେ ଥିବା ଷଷ୍ଠ ମାମଲାରେ ଜାମିନ ପାଇବା ପରେ ଜେଲରୁ ମୁକୁଳିଥିଲେ ପ୍ରଦୀପ । ମାମଲାରେ ହାଇକୋର୍ଟରୁ ଜାମିନ ପାଇଥିଲେ ପ୍ରଦୀପ । ଠକେଇ ଅଭିଯୋଗରେ ଗତ ଡିସେମ୍ବରରୁ ଗିରଫ ହୋଇ ଜେଲରେ ଥିଲେ ଗୋପାଳପୁରର ଏହି ଟାଣୁଆ ବିଧାୟକ ।