Advertisment

ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଆୟ ବହିର୍ଭୂତ ସଂପତ୍ତି ଠୁଳ ନେଇ ବିରଞ୍ଚିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିରଞ୍ଚିଙ୍କ ଠାରୁ ସାଢ଼େ ୩ କୋଟିର ସଂପତ୍ତି ଭିଜିଲାନ୍ସ ଠାବ କରିଛି। ଆଜି ବିରଞ୍ଚିଙ୍କୁ ଚାକିରିରୁ ସସପେଣ୍ଡ ମଧ୍ୟ କରାଯାଇଥିଲା।

author-image
Chandan Shishu
ଅଦ୍ୟତନ ହୋଇଛି
ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

Biranchi Narayan Sahoo

ଭୁବନେଶ୍ୱର: OSSC ସଦସ୍ୟଙ୍କ ପିଏସ୍ ବିରଞ୍ଚି ସାହୁଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ। ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର। ଦୁର୍ନୀତି ମାମଲାରେ ଗିରଫ ପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ନେଇ ବିରଞ୍ଚିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିରଞ୍ଚିଙ୍କ ଠାରୁ ସାଢ଼େ ୩ କୋଟିର ସଂପତ୍ତି ଭିଜିଲାନ୍ସ ଠାବ କରିଛି। ଆଜି ବିରଞ୍ଚିଙ୍କୁ ଚାକିରିରୁ ସସପେଣ୍ଡ ମଧ୍ୟ କରାଯାଇଥିଲା। 

Advertisment

OSSC ସଦସ୍ୟଙ୍କ ବ୍ୟକ୍ତିଗତ ସଚିବ ବିରଞ୍ଚି ନାରାୟଣ ସାହୁଙ୍କ ଅମାପ କଳାଧନ ପେଡ଼ିର ରହସ୍ୟ ଧୀରେ ଧୀରେ ଫିଠିବାରେ ଲାଗିଛି। କିରାଣୀରୁ କୋଟିପତି ପିଏସ୍ ବନିଥିବା ବାବୁ ବିରଞ୍ଚି ଯେ ସାଧାରଣ ତୃତୀୟ ଶ୍ରେଣୀ କର୍ମଚାରୀ ଥିଲେ ତାନୁହେଁ। ଶିକ୍ଷିତ ବେକାରୀଙ୍କ ଆଗରେ ସେ ଥିଲେ ଜଣେ ପ୍ରଭାବଶାଳୀ ବ୍ୟକ୍ତି। ଯିଏ ଯେଉଁଠି ଦେଖିଲେ ତାଙ୍କୁ ମୁଣ୍ଡିଆ ମାରୁଥିଲେ। ବାବୁ ବିରଞ୍ଚି କୁଆଡ଼େ ଥିଲେ ଚାକିରି ବିକ୍ରିର ମାଷ୍ଟରମାଇଣ୍ଡ। ସୁରେନ୍ଦ୍ର ବିଶ୍ୱାଳ ହେଲେ ନିଯୁକ୍ତି ପ୍ରକ୍ରିୟାରେ ଅସନ୍ତୁଷ୍ଟ ହୋଇ ଏକଦା ଆନ୍ଦୋଳନ କରିଥିବା ଜଣେ ଚାକିରୀ ଆଶାୟୀ।

୨୦୦୮ରେ OSSC ଦ୍ୱାରା ପୋଲିସ ଏସ୍ଆଇ ପାଇଁ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ ଆଣି ହାଇକୋର୍ଟଙ୍କ ସେ ଦ୍ୱାରସ୍ଥ ମଧ୍ୟ ହୋଇଥିଲେ। ଯେଉଁଥିରେ OSSCକୁ ନୋଟିସ ବି କରିଥିଲେ ଉଚ୍ଚ ନ୍ୟାୟାଳୟ। ଏମିତି ଏକାଧିକ ଥର ଅନିୟମିତତା ଅଭିଯୋଗ ଆଣିଛନ୍ତି ଚାକିରୀ ଆଶାୟୀ। ଏବେ ଭିଜିଲାନ୍ସ ଜାଲରେ ବିରଞ୍ଚି ଛନ୍ଦି ହେବା ପରେ ସମସ୍ତେ ଆଶା ରଖିଛନ୍ତି, ନିଯୁକ୍ତି ପ୍ରକ୍ରିୟାରେ କେଳେଙ୍କାରୀ ପଛର ସତ୍ୟ ସାମ୍ନାକୁ ଆସିବ।

Advertisment
Odisha News OSSC
Advertisment
Advertisment