/odishatv-khabar/media/post_attachments/uploadimage/library/16_9/16_9_0/IMAGE_1706666561.jpg)
Group Clash In Bhubaneswar
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀ ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ । ସଂଘର୍ଷରେ ୪ ଜଣ ଆହତ ହୋଇଥିବା ବେଳେ ୫ ଜଣଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଜାଗମରା ନୂଆ ରୋଡରେ ବୁଲିଲା ଖଣ୍ଡା, ଭୁଜାଲି । ରାସ୍ତାରେ ଯାଉଥିବା ଲୋକେ ଯିଏ ଯୁଆଡେ ଯାଉଥିଲେ କିଛି ସମୟ ପାଇଁ ଅଟକିଗଲେ । ରାସ୍ତା ପାଲଟି ଯାଇଥିଲା ରଣକ୍ଷେତ୍ର।
Advertisment
ସୂଚନା ଅନୁଯାୟୀ, ଏକ ଖାଦ୍ୟ ଷ୍ଟଲକୁ ପାଣ୍ଡରା ଅଞ୍ଚଳର ପ୍ରାୟ ୮ ଜଣ ଯୁବକ ଖାଇବାକୁ ଯାଇଥିଲେ । ଏହି ସମୟରେ ଅପର ଗୋଷ୍ଠୀର ବ୍ୟକ୍ତି ଅଚାନକ ଆକ୍ରମଣ କରିଦେଇଥିଲେ। ଏମିତିକି ରାସ୍ତାରେ ଯାଉଥିବା ଗାଡି ଗୁଡିକ ମଧ୍ୟ ଆକ୍ରମଣ କରିଥିଲେ । ଖବରପାଇ ଘଟଣାସ୍ଥଳରେ ଖଣ୍ଡଗିରି ଥାନା ପୋଲିସ ପହଞ୍ଚି ଛାନଭିନ୍ ଜାରି ରଖିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏଭଳି ଆକ୍ରମଣ ହୋଇଥିବା ନେଇ ସୂଚନା ମିଳିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)