ଭୁବନେଶ୍ୱରରେ ବୁଲିଲା ଖଣ୍ଡା, ଭୁଜାଲି; ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ଏକ ଖାଦ୍ୟ ଷ୍ଟଲକୁ ପାଣ୍ଡରା ଅଞ୍ଚଳର ପ୍ରାୟ ୮ ଜଣ ଯୁବକ ଖାଇବାକୁ ଯାଇଥିଲେ । ଏହି ସମୟରେ ଅପର ଗୋଷ୍ଠୀର ବ୍ୟକ୍ତି ଅଚାନକ ଆକ୍ରମଣ କରିଦେଇଥିଲେ।

Group Clash In Bhubaneswar

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀ ଭୁବନେଶ୍ୱରରେ ଗୋଷ୍ଠୀ ସଂଘର୍ଷ । ସଂଘର୍ଷରେ ୪ ଜଣ ଆହତ ହୋଇଥିବା ବେଳେ ୫ ଜଣଙ୍କୁ ପୋଲିସ ଗିରଫ କରିଥିବା ସୂଚନା ମିଳିଛି । ଜାଗମରା ନୂଆ ରୋଡରେ ବୁଲିଲା ଖଣ୍ଡା, ଭୁଜାଲି । ରାସ୍ତାରେ ଯାଉଥିବା ଲୋକେ ଯିଏ ଯୁଆଡେ ଯାଉଥିଲେ କିଛି ସମୟ ପାଇଁ ଅଟକିଗଲେ । ରାସ୍ତା ପାଲଟି ଯାଇଥିଲା ରଣକ୍ଷେତ୍ର।

ସୂଚନା ଅନୁଯାୟୀ, ଏକ ଖାଦ୍ୟ ଷ୍ଟଲକୁ ପାଣ୍ଡରା ଅଞ୍ଚଳର ପ୍ରାୟ ୮ ଜଣ ଯୁବକ ଖାଇବାକୁ ଯାଇଥିଲେ । ଏହି ସମୟରେ ଅପର ଗୋଷ୍ଠୀର ବ୍ୟକ୍ତି ଅଚାନକ ଆକ୍ରମଣ କରିଦେଇଥିଲେ। ଏମିତିକି ରାସ୍ତାରେ ଯାଉଥିବା ଗାଡି ଗୁଡିକ ମଧ୍ୟ ଆକ୍ରମଣ କରିଥିଲେ । ଖବରପାଇ ଘଟଣାସ୍ଥଳରେ ଖଣ୍ଡଗିରି ଥାନା ପୋଲିସ ପହଞ୍ଚି ଛାନଭିନ୍‌ ଜାରି ରଖିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏଭଳି ଆକ୍ରମଣ ହୋଇଥିବା ନେଇ ସୂଚନା ମିଳିଛି ।