/odishatv-khabar/media/post_attachments/uploadimage/library/16_9/16_9_0/IMAGE_1701681890.jpg)
Archana Nag
ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ । ଇଡି ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ପକ୍ଷରୁ ଜାମିନ ପ୍ରଦାନ କରାଯାଇଛି । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିସାରିଛି । ସମସ୍ତ ୩ଟି ମାମଲାରେ ଜାମିନ ମିଳିଥିବାରୁ ଅର୍ଚ୍ଚନା ଜେଲରୁ ମୁକୁଳିବା ସ୍ପଷ୍ଟ ହୋଇଛି ।
ପୂର୍ବରୁ ନୟାପଲ୍ଲୀ ଥାନା ମାମଲା ଓ ଖଣ୍ଡଗିରି ଥାନା ମାମାଲାରେ ଅର୍ଚ୍ଚନାଙ୍କୁ ଜାମିନ ପ୍ରଦାନ କରିଥିଲେ ହାଇକୋର୍ଟ । ଏପ୍ରିଲ ୧୧ରେ ନୟାପଲ୍ଲୀ ଥାନା ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରିବା ସହ ବାହାରକୁ ନଯିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ସେହିପରି ଅଗଷ୍ଟ ୨ରେ ଖଣ୍ଡଗିରି ଥାନା ମାମଲାରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଥିଲା ।
ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ବଡ଼ବଡ଼ିଆଙ୍କୁ ହନିଟ୍ରାପରେ ଫସାଇ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇଥିବା ଅଭିଯୋଗ ହେବା ପରେ ସମଗ୍ର ରାଜ୍ୟରେ ଏହା ଚହଳ ପକାଇଥିଲା । ଏହି ମାମଲାରେ ଅର୍ଚ୍ଚନାଙ୍କ ସମେତ ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦ ତଥା ସହଯୋଗୀ ଖଗେଶ୍ୱର ଏବେ ଝାରପଡ଼ା ଜେଲ୍ରେ ଅଛନ୍ତି । ନିଜ ସମ୍ପତ୍ତିର ହିସାବ ଦେଇ ନ ପାରିବାରୁ ଅର୍ଚ୍ଚନା, ଜଗବନ୍ଧୁଙ୍କ ଆଲିସାନ ବଙ୍ଗଳା ସମେତ ଖଗେଶ୍ୱରଙ୍କ କୋଠାକୁ ବି ଜବତ କରିଥିଲା ଇଡି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)