• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Santosh Kumar Sahoo

ରାଜଧାନୀରେ ୨ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ଘଟଣାରେ ୭ ଜଣଙ୍କୁ ଗିରଫ କରିଛି କମିଶନରେଟ୍‌ ପୋଲିସ । ଫରେଷ୍ଟ ପାର୍କ ଓ କେଦାରପଲ୍ଲୀ ବସ୍ତିରୁ ଗିରଫ କରାଯାଇଥିବା ସୂଚନା। ଗିରଫ ହୋଇଥିବା ଅଭିଯୁକ୍ତଙ୍କ ନାଁରେ ପୂର୍ବରୁ ଥାନାରେ ବିଭିନ୍ନ ମାମଲା ରହିଛି। ତେବେ ଏହି ଆକ୍ରମଣରେ ଆଉ କେଉଁମାନେ ସାମିଲ ଅଛନ୍ତି ସେମାନଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ପୋଲିସ ରେଡ୍‌ କରୁଛି । ଗତକାଲି ଭୁବନେଶ୍ୱର ଏୟାରପୋର୍ଟ ଛକରେ ୨ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିଲା। ଦୁଇ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ୨ ଜଣ ଯୁବକ ଆହତ ହୋଇଥିଲେ ।

ଆହତ ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ଗୁରୁତର ଅଛନ୍ତି । ଗୁରୁତର ଯୁବକ ଜଣକ ସ୍ଥାନୀୟ ଭୀମପୁର ଅଞ୍ଚଳର ଶିବା ଓରଫ୍ ମଦନ ମହାରଣା ବୋଲି ଜଣାପଡ଼ିଛି । ତାଙ୍କ ହାତ ଓ ମୁଣ୍ଡରେ ଲାଗିଛି ଗଭୀର ଆଘାତ ଲାଗିଛି । ଆହତ ୨ ଯୁବକଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ମଦନଙ୍କ ସ୍ଥିତି ଅତି ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି ।

OTV is now on Whatsapp

Join and get latest news update delivered to you via whatsapp

Join Now