Advertisment

ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ IT ରେଡ୍

ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି।

author-image
Manoranjan Behera
ଅଦ୍ୟତନ ହୋଇଛି
Income Tax Raid In Odisha

Jitu Pattnaik

ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଉପରେ ଆୟକର ବିଭାଗର ଚଢ଼ାଉ । ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ତାଙ୍କର ବାସଭବନ, ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ । ଟ୍ୟାକସ୍ ଫାଙ୍କିବା ଅଉିଯୋଗରେ ଏହି ରେଡ୍ ହେଉଥିବା ଜଣାପଡ଼ିଛି । ଏହାକୁ ନେଇ ଜିତୁ ପଟ୍ଟନାୟକଙ୍କ କୌଣସି ପ୍ରତିକ୍ରିୟା ମିଳି ପାରିନି ।

Advertisment

ଆୟ ବିଭାଗର ୨ ଟିମ୍‌ ଏହି ଚଢ଼ାଉରେ ସାମିଲ ଅଛନ୍ତି । ଆୟ ବିଭାଗ ବନେଇକଳା ଛକରେ ଥିବା ଖଣି ଅଫିସରେ କାମ କରୁଥିବା କର୍ମଚାରୀଙ୍କ ମୋବାଇଲ ଫୋନ୍ ସିଜ୍ କରିଛି। ଏହା ସହ ଜିତୁଙ୍କ ଅଫିସ ଓ ଘରେ କାଗଜପତ୍ର ଯାଞ୍ଚ କରୁଛି। 

ସୂଚନାଯୋଗ୍ୟ, ପୂର୍ବରୁ ମଧ୍ୟ ଆୟକର ବିଭାଗ ଜିତୁଙ୍କ ଘର ଓ ଅଫିସରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିଲା । ଆଜି ମଧ୍ୟ ସି'ଫୁଡ୍ ରପ୍ତାନୀକାରୀ କଂପାନୀ ଫାଲକନ ମେରାଇନ୍ ଏକ୍ସପୋର୍ଟରେ ଆୟକର ରେଡ୍ କରିଛି। କଂପାନୀର ଅଧିକାରୀଙ୍କ ବାସଭବନ ଓ ଅଫିସରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱରବାଲେଶ୍ୱରର ବିଭିନ୍ନ ସ୍ଥାନରେ ଆୟକର ବିଭାଗ ପକ୍ଷରୁ ରେଡ୍ କରାଯା‌ଇଛି। ଏହି ରେଡ୍‌ରେ ଆୟକର ବିଭାଗର ୨୦ଟିମ୍‌ ସାମିଲ ଅଛନ୍ତି। ଭୁବନେଶ୍ୱରର ୪ଟି ସ୍ଥାନରେ ରେଡ୍ ଚାଲିଥିବା ସୂଚନା ମିଳିଛି। 

Advertisment
Income Tax Raid IT Raid Jitu Pattnaik
Advertisment
Advertisment