Advertisment

ରାଜ୍ୟ ସରକାରଙ୍କ ବସୁନ୍ଧରା ଜମି ଜାଲିଆତି ମାମଲା, ୬ ଅଧିକାରୀଙ୍କ ଘରେ ଏକକାଳୀନ ଭିଜିଲାନ୍ସର ଚଢାଉ

ରାଜ୍ୟ ସରକାରଙ୍କ ବସୁନ୍ଧରା ଜମି ଜାଲିଆତି ମାମଲାରେ ଭିଜିଲାନ୍ସର ଚଢାଉ । ମୋଟ ୬ ଜଣ ଅଧିକାରୀଙ୍କ ୯ଟି ଘରେ ଏକକାଳୀନ ଚଢ଼ାଉ କରାଯାଇଛି । କଟକ ଭିଜିଲାନ୍ସ ଟିମ୍ ଏହି ରେଡ୍ କରିଛି । ଭୁବନେଶ୍ୱର, କଟକ, ଭଦ୍ରକ ଓ ଜଗତସିଂହପୁରରେ ଆଦି ଅଞ୍ଚଳରେ ଚଢ଼ାଉ ହୋଇଛି ।

Vigilance raid

Vigilance raid

Advertisment

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବସୁନ୍ଧରା ଜମି ଜାଲିଆତି ମାମଲାରେ ଭିଜିଲାନ୍ସର ଚଢାଉ । ମୋଟ ୬ ଜଣ ଅଧିକାରୀଙ୍କ ୯ଟି ଘରେ ଏକକାଳୀନ ଚଢ଼ାଉ କରାଯାଇଛି । କଟକ ଭିଜିଲାନ୍ସ ଟିମ୍ ଏହି ରେଡ୍ କରିଛି । ଭୁବନେଶ୍ୱର, କଟକ, ଭଦ୍ରକ ଓ ଜଗତସିଂହପୁରରେ ଆଦି ଅଞ୍ଚଳରେ ଚଢ଼ାଉ ହୋଇଛି ।

Advertisment

କୁଜଙ୍ଗର ପୂର୍ବତନ ତହସିଲଦାର ରମେଶ ଚନ୍ଦ୍ର ପଣ୍ଡା, ଜଗତସିଂହପୁରର ପୂର୍ବତନ ଉପଜିଲ୍ଲାପାଳ ମହେନ୍ଦ୍ର ପ୍ରସାଦ ମହାନ୍ତି, ଝିମାଣି ଆରଆଇ ସର୍କଲର ପୂର୍ବତନ ରେଭନ୍ୟୁ ଇନସ୍ପେକ୍ଟର ସନ୍ତୋଷ କୁମାର ମଲ୍ଲିକ, ପାରାଦୀପ ଗଡର ପୂର୍ବତନ ଆର.ଆଇ ନରେନ୍ଦ୍ର କୁମାର ଲେଙ୍କା, କୁଜଙ୍ଗର ପୂର୍ବତନ ଆରଆଇ ସୁବାସ ଚନ୍ଦ୍ର ଦାସ, ପାଣ୍ଡୁଆ ପୂର୍ବତନ ରାଜସ୍ୱ ନୀରିକ୍ଷକ ଜ୍ୟୋତି ଭୂଷଣ ବାରିକଙ୍କ ଘରେ ରେଡ୍‌ ହେଉଛି । ଅନିୟମିତତା, ଜାଲିଆତି ଓ ଅପରାଧିକ ଷଡ଼ଯନ୍ତ୍ର ନେଇ ରେଡ୍ ହେଉଥିବା ସୂଚନା ମିଳିଛି । ରେଡ୍‌ରେ ଜଣେ ଏଏସ୍‌ପି, ୧୧ଜଣ ଡିଏସ୍‌ପି ଏବଂ ୬ ଜଣ ଇନ୍ସପେକ୍ଟର ସାମିଲ ଅଛନ୍ତି ।

Vigilance Raid
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ