/odishatv-khabar/media/post_attachments/uploadimage/library/16_9/16_9_0/IMAGE_1677560854.jpg)
Bhadrak story
ପାରିବାରିକ କଳହ ନେଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ । ବାଲେଶ୍ୱରର ଖଇରାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ପାରିବାରିକ କଳହରୁ ପିଟାପିଟି ହୋଇ ସ୍ୱାମୀ ଓ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି ।
ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତିରେ ବାଲେଶ୍ୱର ଖଇରା ଥାନା ତିଳଦା ଗାଁରେ ଦମ୍ପତିଙ୍କ ମଧ୍ୟରେ ବଚସା ହୋଇଥିଲା । ବଚସା ଏତେ ମାତ୍ରାରେ ବଢ଼ିଯାଇଥିଲା ଯେ, ଉଭୟ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଥିଲା । ପରେ ସ୍ୱାମୀ ସ୍ତ୍ରୀଙ୍କୁ ମାଡ଼ ମାରିଥିଲେ । ସ୍ତ୍ରୀ ମଧ୍ୟ ସ୍ୱାମୀଙ୍କୁ ପିଟିଥିଲେ ।
ଅଧିକ ପଢ଼ନ୍ତୁ: ପ୍ରେମିକ ସହ ମିଶି ସ୍ୱାମୀକୁ ହତ୍ୟାକଲା ସ୍ତ୍ରୀ; ନଦୀକୂଳରେ ଫିଙ୍ଗିଦେଇ ବୁଲିଲା ବଜାର
ଫଳରେ ଉଭୟଙ୍କ ମଧ୍ୟରେ ବଚସା ଉଗ୍ରରୂପ ଧାରଣ କରିଥିଲା । ସ୍ୱାମୀଙ୍କ ପ୍ରବଳ ମାଡ଼ ଯୋଗୁଁ ସ୍ତ୍ରୀ ସଜ୍ଞାହୀନ ହୋଇପଡ଼ିଥିଲେ । ପରେ ପରେ ସ୍ୱାମୀ ବିଷ ପିଇଦେଇଥିବା ଜଣାପଡ଼ିଥିଲା । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଖଇରା ମେଡିକାଲରେ ଭର୍ତ୍ତି କରାଯାଇଥିଲା ।
ସେଠାରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ସ୍ୱାମୀଙ୍କୁ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ହେଲେ ଭଦ୍ରକ ଡାକ୍ତରଖାନାରେ ସ୍ୱାମୀଙ୍କର ମଧ୍ୟ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)