Advertisment

ମଣିପୁର ଉଲଗ୍ନ ଭିଡିଓ: ଚାରି ଅଭିଯୁକ୍ତ ଗିରଫ

ଦେଶର ମୁଣ୍ଡ ନୁଆଁଇଦେଲା ମଣିପୁରର ଜଘନ୍ୟ କାଣ୍ଡ । ଦୁଇ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇବାର ଭିଡିଓ ଭାଇରାଲ୍ । ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ତିନି ଜଣଙ୍କୁ ଗିରଫ କରାଯାଇଥିବା ନେଇ ସୂଚନା ମିଳିଛି।

Manipur Crime

Manipur Crime

Advertisment

ମଣିପୁରରେ ଦୁଇ ମହିଳାଙ୍କୁ ସର୍ବସାଧାରଣରେ ନିର୍ଯାତନା ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କ ସହ ୪ ଗିରଫ। ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ତିନି ଜଣଙ୍କୁ ଗିରଫ କରାଯାଇଥିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ଏନ.ବିରେନ୍ ସିଂ କହିଛନ୍ତି, ସବୁ ଦୋଷୀଙ୍କୁ ଧରିବାକୁ ପଦକ୍ଷେପ ନିଆଯାଉଛି। କେବଳ ସେତିକି ନୁହେଁ, ଦୋଷୀ ଯେପରି ମୃତ୍ୟୁଦଣ୍ଡ ପାଇବେ ସେଥିପାଇଁ ପଦକ୍ଷେପ ନେଉଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Advertisment

ଦେଶର ମୁଣ୍ଡ ନୁଆଁଇଦେଲା ମଣିପୁରର ଜଘନ୍ୟ କାଣ୍ଡ । ଦୁଇ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇବାର ଭିଡିଓ ଭାଇରାଲ୍ । ମଣିପୁର ହିଂସାକାଣ୍ଡରେ କଳା ଫର୍ଦ୍ଦ ଯୋଡ଼ିଛି ମହିଳାଙ୍କୁ ଯୌନ ନିର୍ଯାତନା ଘଟଣା । ଗତ ମେ ୪ ତାରିଖରେ ମଣିପୁର କାଙ୍ଗପୋକପି ଜିଲ୍ଲାରେ କିଛି ଲୋକ, ଦୁଇଜଣ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ନେବା ଏବଂ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି । ମହିଳାଙ୍କୁ ନିର୍ଯାତନା ସମୟର ଭିଡିଓ ଭାଇରାଲ ହେବା ପରେ ସବୁଠି ତୀବ୍ର ହେଉଛି ବିରୋଧର ସ୍ୱର ।

ଇମ୍ଫାଲରେ ଶହ ଶହ ଲୋକ ଏକାଠି ହୋଇ ପ୍ରତିବାଦ କରିଛନ୍ତି । ତେଣେ ଏହି ଘଟଣାରେ ଜଣେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି ମଣିପୁର ମୁଖ୍ୟମନ୍ତ୍ରୀ । ଅନ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି । ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ, ଏପରିକି ମୃତ୍ୟୁ ଦଣ୍ଡ ଦେବା ଉପରେ ବିଚାର କରାଯାଉଛି ବୋଲି ସେ କହିଛନ୍ତି ।

Advertisment

ମଣିପୁର ଲଜ୍ଜାକୁ ନେଇ ସଂସଦ ହୁଲସ୍ତୁଲ । ମୌସୁମୀ ଅଧିବେଶନର ପ୍ରଥମ ଦିନରେ ହିଁ, ମଣିପୁର ପ୍ରସଙ୍ଗକୁ ନେଇ ଉଭୟ ଗୃହରେ ତମ୍ବିତୋଫାନ କରିଛନ୍ତି ବିରୋଧୀ । ଏହି ପ୍ରସଙ୍ଗରେ ଗୃହରେ ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କରିଛନ୍ତି । ପ୍ରଧାନମନ୍ତ୍ରୀ ଏହି ପ୍ରସଙ୍ଗରେ ଗୃହ ବାହାରେ ପ୍ରତିକ୍ରିୟା ରଖୁଥିବା ବେଳେ ଗୃହ ଭିତରେ କାହିଁକି ନିରବ ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେ । ତେବେ ସରକାର ସଂସଦର ଉଭୟ ଗୃହରେ ଆଲୋଚନା କରିବାକୁ ପ୍ରସ୍ତୁତ ଥିବା ବେଳେ ବିରୋଧୀ ସଂସଦକୁ ଚଳାଇ ନଦେବାକୁ ଉଦ୍ୟମ କରୁଥିବା କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ।

ମଣିପୁର ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେ କହିଛନ୍ତି, ମଣିପୁରରେ ଯାହା ଘଟିଛି, ତାହା କୌଣସି ସଭ୍ୟ ସମାଜ ପାଇଁ ଗ୍ରହଣୀୟ ନୁହେଁ । ଏହି ଘଟଣା ୧୪୦ କୋଟି ଭାରତୀୟଙ୍କୁ ଲଜ୍ଜିତ କରିଛି । ତେବେ କୌଣସି ବି ଅଭିଯୁକ୍ତଙ୍କୁ ଛଡ଼ାଯିବନି । ଅନ୍ୟପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ମଣିପୁର ମୁଖ୍ୟମନ୍ତ୍ରୀ ଏନ୍.ବିରେନ ସିଂଙ୍କ ସହ ଆଲୋଚନା କରିଛନ୍ତି ।

Advertisment

ସେପଟେ ଘଟଣାକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ । ମଣିପୁରର ଭିଡିଓ ଅତ୍ୟନ୍ତ ବିଚଳିତ କଲାଭଳି । ଏହା ଗ୍ରହଣୀୟ ନୁହେଁ। ଏବେ କାର୍ଯ୍ୟାନୁଷ୍ଠାନ ନେବାର ସମୟ ଆସିଛି । ଯଦି ସରକାର କିଛି କରିବେନି, ତା ହେଲେ ଆମେ ପଦକ୍ଷେପ ନେବୁ ବୋଲି ସଫାସଫା ଶୁଣାଇ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ । ମଣିପୁର ଘଟଣା ସାମ୍ବିଧାନିକ ବ୍ୟବସ୍ଥାର ଚରମ ବିଫଳତା ବୋଲି କହିଛନ୍ତି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ. ଚନ୍ଦ୍ରଚୂଡ଼ । ମାମଲାର ଶୁଣାଣି କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେବା ସହିତ, ଏ ସମ୍ପର୍କରେ କୋର୍ଟଙ୍କୁ ଅବଗତ କରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । 

Crime Against Women Manipur
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ