Firing
ରାଉରକେଲା ବିଶ୍ରା ଥାନା ଆଇଟିଆଇ ନିକଟରେ ଯୁବକଙ୍କୁ ଗୁଳିମାଡ଼। ମୁଖା ପିନ୍ଧି ଯୁବକଙ୍କୁ ଗୁଳିମାଡ଼ କରାଯାଇଛି। ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ରକରି ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଯୁବକଙ୍କ ପେଟରେ ଗୁଳିମାଡ଼ ହୋଇଥିବା ବେଳେ, ରାଉରକେଲା ସରକାରୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
ତେବେ କିଏ ଓ କାହିଁକି ଗୁଳିମାଡ଼ କରିଛି କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତନାଘନା ଆରମ୍ଭ କରିଛି। ବିଶ୍ରା ଥାନାଠୁ ଅଳ୍ପ ଦୂରରେ ଏହି ଘଟଣା ଘଟିଥିବା ବେଳେ ଦୁର୍ବୃତ୍ତମାନେ ଅନାୟାଶରେ ଖସି ଯାଇଥିଲେ।
ସୂଚନାନୁଯାୟୀ ଆଜି ସକାଳେ ଯୁବକ ଜଣଙ୍କ କୌଣସି କାମରେ ବଜାରକୁ ଆସିଥିଲେ। ଏହି ସମୟରେ କିଛି ମୁଖାପିନ୍ଧା ଦୁର୍ବୃତ୍ତ ବାଇକରେ ଆସି ତାଙ୍କୁ ଗୁଳିମାଡ଼ କରି ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକ ଯୁବକଙ୍କୁ ରକ୍ତ ଜଡୁବୁଡୁ ଅବସ୍ଥାରେ ଉଦ୍ଧାର କରି ବିଶ୍ରା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଯୁବକଙ୍କର ପ୍ରାଥମିକ ଚିକିତ୍ସା କରାଯିବା ପରେ ତାଙ୍କୁ ରାଉରକେଲା ସରକାରୀ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Firing_1699079047.jpg)