murder
ପାରିବାରିକ କଳହର କରୁଣ ପରିଣତି । ପିଶାଚ ବାପାର ନାରକୀୟ କାଣ୍ଡ । ୧୩ ବର୍ଷୀୟ ଝିଅକୁ ତଣ୍ଟି ଚିପି ମାରିଦେଲା ପିଶାଚ ବାପା । ଏମିତି ଏକ ଅଭାବନୀୟ ଘଟଣା ଘଟିଛି ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା କେନ୍ଦୁବାହାରା ଗାଁରେ । ଖବର ପାଇବା ପରେ ଘଟଣାସ୍ଥଳରେ ପହଞ୍ଚି ଝିଅର ମୃତଦେହକୁ ଜବତ କରିବା ସହ ପିଶାଚ ବାପାକୁ ଥାନାରେ ଅଟକ ରଖି ତଦନ୍ତ ଆରମ୍ଭ କରିଛି ପୋଲିସ ।
ସୂଚନା ଅନୁସାରେ ଗତକାଲି ଅପରାହ୍ନରେ କେନ୍ଦୁବାହାରା ଗାଁର ଗଜାନନ୍ଦ ମାଝୀ ମଦ ପିଇ ଘରକୁ ଯାଇଥିଲେ । ଏହି ସମୟରେ ସ୍ତ୍ରୀ ଗୋପପୁରୀ ମାଝୀଙ୍କ ସହ ଯୁକ୍ତିତର୍କ ହୋଇଥିଲା । ପରେ ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ବଢ଼ି ଯାଇଥିଲା । ଏହାଦେଖି ଝଗଡ଼ା ବନ୍ଦ କରିବା ପାଇଁ ଆସିଥିଲା ଝିଅ । ଏଥିରେ ଉତକ୍ଷିପ୍ତ ହୋଇ ହିତାହିତ ଜ୍ଞାନ ହରାଇ ବସିଥିଲା ଅଭିଯୁକ୍ତ ।
ନିଶାସକ୍ତ ବାପା ୧୩ ବର୍ଷର ନାବାଳିକା ଝିଅଙ୍କ ତଣ୍ଟି ଚିପି ହତ୍ୟା କରିଥିଲା । ଆଜି ସକାଳୁ ଧରମବନ୍ଧା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ପିଶାଚ ବାପାଙ୍କୁ ଥାନାରେ ଅଟକ ରଖି ପଚରା ଉଚୁରା କରୁଥିବା ଧରମବନ୍ଧା ଆଇଆଇସି ବିନୋଦ ବିହାରୀ ସେଠୀ ସୂଚନା ଦେଇଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/murder_1690266796.jpg)