/odishatv-khabar/media/post_attachments/uploadimage/library/16_9/16_9_0/IMAGE_1655543314.jpg)
Mother killed by Son
ମାତ୍ର କିଛି ଟଙ୍କା ପାଇଁ ମାଆକୁ ହତ୍ୟା କଲା ପୁଅ । ଅନୁଗୁଳ ତାଳଚେରରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ମୃତକ ଜଣକ ତାଳଚେର ବ୍ଲକ ଅନ୍ତର୍ଗତ ଘଣ୍ଟପଡ଼ା ଗାଁର ହୋଇଥିବା ଜଣାପଡ଼ିଛି ।
Advertisment
ସୂଚନା ଅନୁସାରେ, ଟଙ୍କା ପାଇଁ ମାଆ ଓ ପୁଅ ମଧ୍ୟରେ ବଚସା ପରେ ପୁଅ ମାଆକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ମହିଳା ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।
ଘଟଣାସ୍ଥଳରେ ତାଳଚେର ପୋଲିସ ପହଞ୍ଚି ମୃତ ଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ମୃତ ମହିଳାଙ୍କ ପୁଅ ମନୋଜ ବିଶ୍ୱାଳଙ୍କୁ ସନ୍ଦେହରେ ଥାନାରେ ଅଟକ ରଖି ପଚରାଉଚରା କରିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)