Woman Raped Inside Tempo
ମୁମ୍ବାଇ: ଟପିଗଲେ ସବୁ ସୀମା, ସାଜିଲେ ପିଶାଚ। ମହିଳାଙ୍କୁ ଦୁଷ୍କର୍ମ ପରେ ଗୁପ୍ତାଙ୍ଗରେ ଲୁହା ରଡ୍ ଭର୍ତ୍ତି କରାଯାଇ ଅତି ନିର୍ମମ ଭାବେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ମୁମ୍ବାଇରେ ଏହି ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୩୪ ବର୍ଷୀୟ ମହିଳାଙ୍କୁ ଅଟୋ ଭିତରେ ଦୁଷ୍କର୍ମ କରାଯିବା ପରେ ଅତି ନିର୍ମମ ଭାବେ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଛି। ବର୍ତ୍ତମାନ ସମ୍ପୃକ୍ତ ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ବୋଲି ପୋଲିସ୍ ସୂଚନା ଦେଇଛି। ଘଟଣା ଘଟିବାର କିଛି ଘଣ୍ଟା ମଧ୍ୟରେ ଅଭିଯୁକ୍ତ ମୋହନ ଚୌହ୍ୱାନ(୪୫)କୁ ପୋଲିସ୍ ଗିରଫ କରିଛି।
ସୂଚନା ଅନୁସାରେ, ଶୁକ୍ରବାର ସକାଳେ ପୋଲିସ୍ କଣ୍ଟ୍ରୋଲ ରୁମ୍କୁ ଏକ ଫୋନ୍ କଲ୍ ଆସିଥିଲା। ଖୈରାନି ରୋଡ୍ରେ ଜଣେ ମହିଳାଙ୍କୁ ଜଣେ ବ୍ୟକ୍ତି ମାଡ଼ ମାରୁଥିବା ନେଇ ଖବର ଦିଆଯାଇଥିଲା। ଖବର ପାଇ ପୋଲିସ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରିଥିଲେ। ଏହାପରେ ତାଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା।
Also Read
ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି, ମହିଳାଙ୍କୁ ଦୁଷ୍କର୍ମ କରାଯିବା ସହ ତାଙ୍କ ଗୁପ୍ତାଙ୍ଗରେ ଲୁହା ରଡ୍ ଭର୍ତ୍ତି କରାଯାଇ ଅତି ନିର୍ମମ ଭାବେ ଆକ୍ରମଣ କରାଯାଇଛି। ରାସ୍ତାକଡ଼ରେ ପାର୍କିଂ ହୋଇଥିବା ଏକ ଅଟୋ ଭିତରେ ଏହି ଘଟଣା ଘଟିଥିଲା। ଅଟୋ ଭିତରେ ମଧ୍ୟ ରକ୍ତ ପଡ଼ିଥିବା ଦେଖିବାକୁ ମିଳିଥିଲା। ଡାକ୍ତରଙ୍କ କହିବା ଅନୁସାରେ, ଉକ୍ତ ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି।
ତେବେ ଘଟଣା ଘଟିବାର କିଛି ଘଣ୍ଟା ମଧ୍ୟରେ ଅଭିଯୁକ୍ତ ମୋହନ ଚୌହ୍ୱାନକୁ ପୋଲିସ୍ ଧରିବାରେ ସଫଳ ହୋଇଛି। ତାକୁ ଗିରଫ କରାଯିବା ସହ ପୋଲିସ୍ ଘଟଣାର ତଦନ୍ତ ଚଳାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1631337594.jpg)
