Advertisment

ବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ, ହତ୍ୟା ମାମଲା: ଦୋଷୀକୁ ୨୦ ବର୍ଷ ଜେଲ୍‌

ଆସିଲା ନୟାଗଡ଼ର ବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ, ହତ୍ୟା ମାମଲାର ରାୟ।

author-image
Manoranjan Behera
ଅଦ୍ୟତନ ହୋଇଛି
Nayagarh Pari Rape & Murder Case updates

Pari Murder Case

ଆସିଲା ନୟାଗଡ଼ର ବହୁଚର୍ଚ୍ଚିତ ପରୀ ଦୁଷ୍କର୍ମ, ହତ୍ୟା ମାମଲାର ରାୟ। ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଲେ ଜିଲ୍ଲା ଅତିରିକ୍ତ ଦୌରାଜଜ୍। ପରୀ ମାମଲାକୁ ନେଇ ୨୦୨୦ରେ ରାଜ୍ୟରେ ହଇଚଇ ହୋଇଥିଲା। ଘର ସାମ୍ନାରେ ଖେଳୁଥିବା ବେଳେ ପରୀ ନିଖୋଜ ହୋଇଥିଲା। ନିଖୋଜର ୧୦ ଦିନ ପରେ ପରୀର ଗଳିତ ଦେହାବଶେଷ ମିଳିଥିଲା। ଏକ ଅଖା ବସ୍ତାରୁ ଦେହାବଶେଷ, ହାଡ଼ ଉଦ୍ଧାର କରାଯାଇଥିଲା। କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଅଭିଯୁକ୍ତକୁ ଗିରଫ କରିଥିଲା।

Advertisment

୨୦୨୦ ମସିହା ଜୁଲାଇ ମାସ ୧୪ ତାରିଖରେ ନୟାଗଡ଼ ସଦର ଥାନା ଯଦୁପୁର ଗାଁ ଦାଣ୍ଡରେ ଖେଳୁଥିଲା ନିରୀହ ନିଷ୍ପାପ ୫ ବର୍ଷୀୟା ଶିଶୁ କନ୍ୟା ପରୀ। MA ଡିଗ୍ରିଧାରୀ ଅଟୋ ଚାଳକ ଅଶୋକ ସାହୁ ଏବଂ ପତ୍ନୀ ସୌଦାମିନୀଙ୍କ ଏକମାତ୍ର ସନ୍ତାନ ଥିଲା ପରୀ। ହେଲେ ଗାଁ ଦାଣ୍ଡରୁ ଆଉ ଘରକୁ ଫେରି ନଥିଲା ପରୀ। ବହୁ ଖୋଜାଖୋଜି ପରେ ନିରୁପାୟ ହୋଇ ନୟାଗଡ଼ ସଦର ଥାନାରେ ଏନେଇ ଲିଖିତ ଏତଲା ଦେଇଥିଲେ ବାପା ଅଶୋକ ସାହୁ।

ମାତ୍ର ପୋଲିସ ଏକ ମିସିଙ୍ଗ କେସ କରି ଚୁପ ବସି ଯାଇଥିଲା। ତେବେ ନୟାଗଡ଼ ଏସପି ଏବଂ ଜିଲ୍ଲାପାଳଙ୍କୁ ଭେଟି ଅଭିଯୋଗ ଜଣାଇଥିଲେ ଅଶୋକ । ହେଲେ ଅପହରଣର ୭ ଦିନ ପରେ ଗାଁ କୁ ପୋଲିସର ଡଗ ସ୍କ୍ୱାର୍ଡ ଆସିଥିଲା ସତ କିନ୍ତୁ କୌଣସି ସନ୍ଧାନ ପାଇ ନଥିଲା । ତେବେ ଡଗ ସ୍କ୍ୱାର୍ଡ ଯିବାର ପର ଦିନ ପରୀର ଗଳିତ , ଖଣ୍ଡବିଖଣ୍ଡିତ ମୃତ ଦେହ ଏକ ବସ୍ତାରେ ବନ୍ଧା ହୋଇଥିବା ଅବସ୍ଥାରେ ଅଶୋକଙ୍କ ବାଡ଼ି ସଂଲଗ୍ନ ପୋଖରୀ କୂଳରୁ ମିଳିଥିଲା।

Advertisment
Pari Murder Case
Advertisment
Advertisment