• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଓଡିଶାରୁ ସଂଦିଗ୍ଧ ଆତଙ୍କୀ ସୟଦ ଇସାନ ବୁଖାରୀ ଧରା ପଡିବା ଘଟଣାରେ ଖୁବଶୀଘ୍ର ତଦନ୍ତରେ ସହଯୋଗ କରିବ ନ୍ୟାସନାଲ ଇନଭେସ୍ଟିଗେସନ ଏଜେନ୍ସି NIA । ଅଭିଯୁକ୍ତକୁ ଜେରା କରିବେ କେରଳ, ପଞ୍ଜାବ, ମହାରାଷ୍ଟ୍ର ପୋଲିସ । କାଶ୍ମୀରର ଏକାଧିକ ପୋଲିସ ଅଧିକାରୀଙ୍କ ସମ୍ପର୍କରେ ଥିଲା ଇଶାନ । ପିଏମଓରେ ଚାକିରି କରିଥିବା କହି ପୋଲିସ ଅଧିକାରୀଙ୍କ ସହ ରଖୁଥିଲା ସମ୍ପର୍କ। ପୋଷ୍ଟିଂ ଓ ଟ୍ରାନ୍ସଫର ପାଇଁ ପୋଲିସ ଅଧିକାରୀଙ୍କୁ ମଧ୍ୟ ଲଗାଇଛି ଚୁନା ।

ଆଇଏସଆଇ ଲିଙ୍କ ନେଇ STF ହାତରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଛି । ବିଭିନ୍ନ ରାଜ୍ୟରେ ପ୍ରେମିକାଙ୍କୁ ଢାଲ କରି ଶତ୍ରୁ ପକ୍ଷକୁ ପଠାଉଥିଲା ଗୋପନୀୟ ତଥ୍ୟ ବୋଲି ସୂଚନା ମିଳିଛି । ୭ ଜଣ ମହିଳାଙ୍କୁ ସେ ବିବାହ କରିଥିବା ନେଇ ସୂଚନା ପାଇଛି କ୍ରାଇମବ୍ରାଞ୍ଚ । ଖୁବଶୀଘ୍ର ସେମାନେ ମଧ୍ୟ ତଦନ୍ତ ପରିସରଭୁକ୍ତ ହେବେ । ପାକିସ୍ତାନର ଦୁଇ ସନ୍ଦିଗ୍ଧଙ୍କ ସହ ସୋସିଆଲ ମିଡିଆରେ କଥା ହେଉଥିଲା ଅଭିଯୁକ୍ତ ।

କେରଳର କିଛି ମୌଳବାଦୀଙ୍କ ସମ୍ପର୍କରେ ଥିଲା । ଇଶାନ ପୂର୍ବରୁ ଠକେଇ ସହ ନିଶା କାରବାରରେ ସମ୍ପୃକ୍ତ ଥିବା STF ପକ୍ଷରୁ ସୂଚନା ମିଳିଛି । ଗତକାଲି ଅଭିଯୁକ୍ତକୁ ଯାଜପୁର ନେଉଳପୁରରୁ ଗିରଫ କରାଯାଇଥିଲା । ଜାମିନ ନାମଞ୍ଜୁର ହେବା ପରେ ଯାଜପୁର ରୋଡ ଉପକାରାଗାରକୁ ପଠାଯାଇଛି । ଆସନ୍ତାକାଲି ରିମାଣ୍ଡ ପାଇଁ ଆବେଦନ କରିପାରେ STF ।