Advertisment

ଦୁର୍ନୀତି କରୁଥିଲେ ଡାକ୍ତର କରୁଣାକର, ଚାକିରିରୁ ବିଦା କଲେ ମୁଖ୍ୟମନ୍ତ୍ରୀ

ଡାକ୍ତର କରୁଣାକର ରାଉତଙ୍କ ନାମରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ ହୋଇଥିଲା । ଡାକ୍ତର ରାଉତଙ୍କ ନାମରେ ମଧ୍ୟ ଡିପାର୍ଟମେଣ୍ଟାଲ ପ୍ରୋସିଡିଙ୍ଗ୍ କରାଯାଇଥିଲା । ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯିବା ସହିତ ଅନ୍ୟାନ୍ୟ ଦଣ୍ଡବିଧାନ ମଧ୍ୟ କରାଯାଇଥିଲା।

author-image
Tanmay Kumar Mahalik
ଅଦ୍ୟତନ ହୋଇଛି
Odisha CM

Odisha CM

ଦୁର୍ନୀତି ବିରୁଦ୍ଧରେ ରାଜ୍ୟ ସରକାରଙ୍କ କଡା ଆଭିମୁଖ୍ୟ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଡାକ୍ତର ରାଉତ ବର୍ତ୍ତମାନ ଭଦ୍ରକ ଜିଲ୍ଲା ସଦର ମହକୁମା ହସ୍ପିଟାଲର ମାନସିକ ସ୍ୱାସ୍ଥ୍ୟ ଏବଂ କ୍ୟାନସର ବିଭାଗର ବରିଷ୍ଠ ମେଡିକାଲ ଅଫିସର ଭାବେ କାର୍ଯ୍ୟ କରୁଛନ୍ତି ।

Advertisment

ଡାକ୍ତର କରୁଣାକର ରାଉତଙ୍କ ନାମରେ କଟକ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ ହୋଇଥିଲା । ଡାକ୍ତର ରାଉତଙ୍କ ନାମରେ ମଧ୍ୟ ଡିପାର୍ଟମେଣ୍ଟାଲ ପ୍ରୋସିଡିଙ୍ଗ୍ କରାଯାଇଥିଲା । ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯିବା ସହିତ ଅନ୍ୟାନ୍ୟ ଦଣ୍ଡବିଧାନ ମଧ୍ୟ କରାଯାଇଥିଲା। ଭିଜିଲାନ୍ସ କୋର୍ଟ ପକ୍ଷରୁ ରାୟ ପ୍ରକାଶ ପାଇ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି ।

ଖାଲି ସେତିକି ନୁହେଁ, ଡାକ୍ତର ରାଉତଙ୍କ ନାମରେ ମଧ୍ୟ ଡିପାର୍ଟମେଣ୍ଟାଲ ପ୍ରୋସିଡିଙ୍ଗ୍ କରାଯାଇଥିଲା । ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯିବା ସହିତ ଅନ୍ୟାନ୍ୟ ଦଣ୍ଡବିଧାନ ମଧ୍ୟ କରାଯାଇଥିଲା । ଇତି ମଧ୍ୟରେ ଭିଜିଲାନ୍ସ କୋର୍ଟ ପକ୍ଷରୁ ରାୟ ପ୍ରକାଶ ପାଇ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି ।

Advertisment

ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଆସିଛନ୍ତି । କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ ବୋଲି ମୁଖ୍ୟମନ୍ତ୍ରୀ ଅନେକ ସମୟରେ କହି ଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଉଚ୍ଚ ପଦସ୍ଥ ଅଧିକାରୀ ଓ କର୍ମଚାରୀଙ୍କ ଉପରେ ଦୁର୍ନୀତି ଅଭିଯୋଗରେ ଚଢଉ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି ।

Odisha CM Corruption Mohan Majhi Doctor
Advertisment
Advertisment