Advertisment

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ କରାଯାଇଛି ।

ଅଦ୍ୟତନ ହୋଇଛି
Pradeep Panigrahi Chargesheeted in DA Case

Pradeep Panigrahi

Advertisment

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ । ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଛି । ସ୍ପେଶାଲ କୋର୍ଟ ଭିଜିଲାନ୍ସରେ ୩ ହଜାର ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ଭିଜିଲାନ୍ସ । ୯ କୋଟି ୧୮ ଲକ୍ଷ ଟଙ୍କାର ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ଚାର୍ଜସିଟରେ ଉଲ୍ଲେଖ ରହିଛି।

Advertisment

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବାରେ ପତ୍ନୀ ସହଯୋଗ କରିଥିବାରୁ ତାଙ୍କ ବିରୋଧରେ ମଧ୍ୟ ଚାର୍ଜସିଟ୍ ଦାଖଲ ହୋଇଛି। ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ପରେ ଏହି ସମ୍ପତ୍ତିର ଯାଞ୍ଚ କରିଥିଲା ଭିଜିଲାନ୍ସ । ଯାଞ୍ଚ ବେଳେ ବିଧାୟକ ପ୍ରଦୀପ ପାଣିଗ୍ରାହୀ ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ । ଗତବର୍ଷ ଜୁନ୍ ୯ ତାରଖରେ ଚାର୍ଜସିଟ୍ ଦାଖଲ କରିବାକୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଥିଲେ।

ସୂଚନାଯୋଗ୍ୟଯେ, ଡିସେମ୍ବର ୩, ୨୦୨ ରେ ଜାଲିଆତି ତଥା ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଟଙ୍କା ଆଦାୟ ପାଇଁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରାଯାଇଥିଲା । ସେ ତାଙ୍କ ଭାବି ଜ୍ୱାଇଁ ପ୍ରଦୀପ ପାଠକଙ୍କ ସହ ମିଶି ଠକେଇ ଅଭିଯୋଗରେ ଗିରଫ ହୋଇଥିଲେ । ଗିରଫ ହେବା ପରେ ତାଙ୍କୁ ଶାସକ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ବହିଷ୍କାର କରିଥିଲା । କିଛି ମାସ ଜେଲ୍‌ରେ ରହିବା ପରେ ସେ ଜାମିନ୍‌ ପାଇଥିଲେ । ତେବେ ଓଡ଼ିଶା ହାଇକୋର୍ଟ ଜାମିନ ପ୍ରଦାନ କରିବା ପରେ ସେ ଜୁନ ୧୨, ୨୦୨୧ରେ ଭୁବନେଶ୍ୱରର ଝାରପଡ଼ା ଜେଲରୁ ମୁକ୍ତ ହୋଇଥିଲେ ।

Advertisment
Pradeep Panigrahi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ