/odishatv-khabar/media/post_attachments/uploadimage/library/16_9/16_9_0/s_1687490785.jpg)
Odisha Vigilance sleuths raid properties of Nabarangpur additional Sub Collector
ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଭିଜିଲାନ୍ସ ଟିମ୍ ରେଡ୍ କରିଛନ୍ତି। ଭଦ୍ରକ, ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଛି।
Advertisment
ସୂଚନା ଅନୁସାରେ, ଭିଜିଲାନ୍ସ ବିଭାଗର ୯ଟି ଟିମ୍ ନବରଙ୍ଗପୁର ସରକାରୀ ବାସଭବନ, କାର୍ଯ୍ୟାଳୟ ସମେତ ଭଦ୍ରକ ଜିଲ୍ଲା ସ୍ଥିତ ପ୍ରଶାନ୍ତଙ୍କ ବାସଭବନ, ଭୁବନେଶ୍ୱର ସ୍ଥିତ କାନନ ବିହାରର ଏକ ଘରେ ରେଡ୍ କରିଛି।
ସୂଚନାଥାଉ କି, ପୂର୍ବରୁ ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକ୍ରେ ବିଡ଼ିଓ ଥିବା ସମୟରେ ବିରିପାଣି ପଞ୍ଚାୟତର ଅଧିକାରୀଙ୍କ ଠାରୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେl
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)