/odishatv-khabar/media/post_attachments/uploadimage/library/16_9/16_9_0/IMAGE_1666162366.jpg)
Mohammed Moquim, Congress
କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟଙ୍କ ରହିତାଦେଶ। ଏହାପରେ ମୋକିମଙ୍କ ବିଧାୟକ ପଦ ବଜାୟ ରହିଲା । ଆସନ୍ତା ଫେବ୍ରୁଆରୀ ୨୨ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ । ମୋକିମଙ୍କୁ ORHDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଥିଲେ। ଭିଜିଲାନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ମୋକିମ ।
ଓଆରଏଚଡିସି ଦୁର୍ନୀତି ମାମଲାରେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ ମହମ୍ମଦ ମୋକିମ ଏବଂ ଅନ୍ୟ ତିନି ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ । ଆଇପିସି ଏବଂ ଦୁର୍ନୀତି ନିବାରଣ ଆଇନର ବିଭିନ୍ନ ଧାରାରେ ଦୋଷୀ ସାବ୍ୟସ୍ତ କରିବା ସହ ତିନି ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ। ଏହାସହ ୫୦ ହଜାର ଟଙ୍କାର ଜରିମାନାରେ ଦଣ୍ଡିତ କରିଥିଲେ। ଏହି ଦଣ୍ଡାଦେଶକୁ ବିରୋଧ କରି ମହମ୍ମଦ ମୋକିମ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।
ଅଧିକ ପଢ଼ନ୍ତୁ: BJDରେ ମିଶିବେ କି ମୋକିମ୍ ? କ୍ରସ୍ ଭୋଟିଂ ପରେ ପଲିଟିକାଲ କ୍ୟାରିୟରକୁ ନେଇ ଚର୍ଚ୍ଚା
ଗତ ୧୦ ତାରିଖ ଦିନ ମାମଲାର ପ୍ରାରମ୍ଭିକ ଶୁଣାଣି କରି ମୋକିମଙ୍କ ଆବେଦନକୁ ଗ୍ରହଣ କରିବା ସହ ଜରିମାନା ଆଦାୟ ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ। ଏହାଛଡ଼ା ଏକ ଲକ୍ଷ ଟଙ୍କାର ଦୁଇ ଜଣ ଜାମିନଦାରଙ୍କ ବଦଳରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଥିଲେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)