Advertisment

ଚାନ୍ଦିପୁର ଆଇଟିଆରକୁ ଆସୁଛି ପାକିସ୍ତାନ ଟଙ୍କା !

କେଉଁ କେଉଁ ତଥ୍ୟ ଏମାନେ ପାକିସ୍ତାନର ଗୁଇନ୍ଦା ସଂସ୍ଥା ISIକୁ ପ୍ରଦାନ କରିଛନ୍ତି, ଏସବୁ ନେଇ ଗୁଡେଇ ତୁଡେଇ ପ୍ରଶ୍ନ କରିଥିଲେ ଏୟାର ଫୋର୍ସ ଅଧିକାରୀ।ଅନ୍ୟପଟେ ଉତ୍ତରପ୍ରଦେଶରେ ରହିଥିବା ପାକିସ୍ତାନୀ ହ୍ୟାଣ୍ଡଲର ସେମାନଙ୍କୁ ନିୟନ୍ତ୍ରଣ କରୁଥିବା ସୂଚନା ରହିଛି।

ଅଦ୍ୟତନ ହୋଇଛି
DRDO Espionage Case

ଚାନ୍ଦିପୁର ଆଇଟିଆରକୁ ଆସୁଛି ପାକିସ୍ତାନ ଟଙ୍କା

Advertisment

କଟକ: ଚାନ୍ଦିପୁର ଆଇଟିଆରରେ ପାକିସ୍ତାନ ଟଙ୍କା। ଉତ୍ତରପ୍ରଦେଶ ହ୍ୟାଣ୍ଡଲରଙ୍କ ଜରିଆରେ ପାକିସ୍ତାନରୁ ଆସୁଥିଲା ଟଙ୍କାା ଏଭଳି କିଛି ତଥ୍ୟ ଲାଗିଛି ଏହି ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ହାତରେ। କେବଳ ସେତିକି ନୁହେଁ, ବାଂଲାଦେଶୀ ସ୍ଲିପର ସେଲ୍ ଜରିଆରେ ମଧ୍ୟ କିଛି ଟଙ୍କା ଦିଆଯାଇଥିବା ନେଇ କ୍ରାଇମବ୍ରାଞ୍ଚ ହାତରେ ତଥ୍ୟ ଲାଗିଛି। ବାଂଲାଦେଶୀଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯିବା ସହ ସ୍ଲିପର ସେଲ୍‌ ସନ୍ଧାନ କରୁଛି କ୍ରାଇମବ୍ରାଞ୍ଚ(ସିବି)। ଏଥିସହ ମନି ଟ୍ରେଲ୍ ସମ୍ପର୍କରେ ବିଭିନ୍ନ ବ୍ୟାଙ୍କକୁ ତଥ୍ୟ ମଗାଯାଇଛି।

Advertisment

ଅନ୍ୟପଟେ କେଉଁ କେଉଁ ତଥ୍ୟ ଲିକ୍ ହୋଇଛି ଏବଂ ତାର ଗୁରୁତ୍ୱ କଣ, ସେସବୁର ତର୍ଜମା ପାଇଁ ଏୟାରଫୋର୍ସର ଏକ ୩ ଜଣିଆ ଟିମ୍ କ୍ରାଇମବ୍ରାଞ୍ଚକୁ ତଦନ୍ତରେ ସହଯୋଗ କରୁଛି। ଗତକାଲି ଏୟାରଫୋର୍ସ ଟିମ୍ କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ପହଞ୍ଚି ଅଭିଯୁକ୍ତ ମାନଙ୍କୁୁ ମାରାଥନ ଜେରା କରିଥିଲାା ୫ ଘଣ୍ଟା ଧରି ଏହି ଟିମ୍ ୫ ଅଭିଯୁକ୍ତଙ୍କୁ ଜଣ ଜଣ କରି ଜେରା କରି୍ଥିବା ସୂଚନା ମିଳିଛି।

କେଉଁ କେଉଁ ତଥ୍ୟ ଏମାନେ ପାକିସ୍ତାନର ଗୁଇନ୍ଦା ସଂସ୍ଥା ISIକୁ ପ୍ରଦାନ କରିଛନ୍ତି, ଏସବୁ ନେଇ ଗୁଡେଇ ତୁଡେଇ ପ୍ରଶ୍ନ କରିଥିଲେ ଏୟାର ଫୋର୍ସ ଅଧିକାରୀ। ପୂର୍ବରୁ ହନି ଟ୍ରାପ୍‌ରେ ପଡ଼ି ତଥ୍ୟ ଦେଇଥିବା କଥା କହିଥିଲେ ଗିରଫ ହୋଇଥିବା DRDOର ଠିକା କର୍ମଚାରୀ । ଅନ୍ୟପଟେ ଉତ୍ତରପ୍ରଦେଶରେ ରହିଥିବା ପାକିସ୍ତାନୀ ହ୍ୟାଣ୍ଡଲର ସେମାନଙ୍କୁ ନିୟନ୍ତ୍ରଣ କରୁଥିବା ସୂଚନା ରହିଛି।

Advertisment

ବର୍ତ୍ତମାନ ସେ ହ୍ୟାଣ୍ଡଲରଙ୍କୁ ଠାବ କରିବା ସହ ଅନ୍ୟ କେଉଁ କେଉଁମାନେ ଏଥିରେ ସମ୍ପୃକ୍ତ ଅଛନ୍ତି, ସେନେଇ କ୍ରାଇମବ୍ରାଞ୍ଚ ଜେରା ଆଗକୁ ବଢାଇଛି। ହ୍ୟାଣ୍ଡଲରକୁ ଠାବ କରାଯିବା ପରେ ଅଧିକ ତଦନ୍ତ ପାଇଁ NIAର ସହଯୋଗ ନିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି।

Odisha ITR Pakistan Money
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ