Advertisment

ନୟାଗଡ଼ ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲା । ହାଇକୋର୍ଟ ଯିବାକୁ କହିଲେ ସୁପ୍ରିମକୋର୍ଟ

ତେବେ ଏହାରି ମଧ୍ୟରେ ବହୁ ଚର୍ଚ୍ଚିତ ନୟାଗଡ଼ ଯଦୁପୁର ପରୀ ଅପହରଣ ହତ୍ୟା ଘଟଣାକୁ ବର୍ଷେ ପୁରିସାରିଛି। ଗତ ବର୍ଷ ଜୁଲାଇ ୧୪ ତାରିଖରେ ପରୀ ଗାଁ ଦାଣ୍ଡରେ ଖେଳୁଥିବା ବେଳେ ଅପହରଣ ହୋଇଥିଲା ଏବଂ ଅପହରଣର ୭ ଦିନ ପରେ ପରୀର ମୃତଦେହ ମିଳିଥିଲା।

undefined

SupremeCourt

Advertisment

ନୟାଗଡ଼: ନୟାଗଡ଼ ବହୁଚର୍ଚ୍ଚିତ ଶିଶୁ କନ୍ୟା ପରୀ ହତ୍ୟା ମାମଲାରେ ହାଇକୋର୍ଟ ଯିବାକୁ କହିଲେ ସୁପ୍ରିମକୋର୍ଟ। ହାଇକୋର୍ଟରେ ଆବେଦନ କରିବାକୁ ପରୀର ମାଙ୍କୁ କହିଛନ୍ତି ସୁପ୍ରିମକୋର୍ଟ। ପରି ହତ୍ୟା ମାମଲାର ସିବିଆଇ ତଦନ୍ତ ଦାବିରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ ପରୀର ମାଆ। ପ୍ରଥମେ ରିଟ୍ ଓ ପରେ ସ୍ପେଶାଲ ଲିଭ୍ ପିଟିସନ ଜରିଆରେ ଏନେଇ ଆବେଦନ କରାଯାଇଥିଲା।

Advertisment

ତେବେ ଏହାରି ମଧ୍ୟରେ ବହୁ ଚର୍ଚ୍ଚିତ ନୟାଗଡ଼ ଯଦୁପୁର ପରୀ ଅପହରଣ ହତ୍ୟା ଘଟଣାକୁ ବର୍ଷେ ପୁରିସାରିଛି। ଗତ ବର୍ଷ ଜୁଲାଇ ୧୪ ତାରିଖରେ ପରୀ ଗାଁ ଦାଣ୍ଡରେ ଖେଳୁଥିବା ବେଳେ ଅପହରଣ ହୋଇଥିଲା ଏବଂ ଅପହରଣର ୭ ଦିନ ପରେ ପରୀର ମୃତଦେହ ମିଳିଥିଲା। ଗତ ୨୦୨୦ ମସିହା ଜୁଲାଇ ମାସ ୧୪ ତାରିଖରେ ନୟାଗଡ଼ ସଦର ଥାନା ଯଦୁପୁର ଗାଁ ଦାଣ୍ଡରେ ଖେଳୁଥିଲା ନିରୀହ ନିଷ୍ପାପ ୫ ବର୍ଷୀୟା ଶିଶୁ କନ୍ୟା ପରୀ। MA ଡିଗ୍ରିଧାରୀ ଅଟୋ ଚାଳକ ଅଶୋକ ସାହୁ ଏବଂ ପତ୍ନୀ ସୌଦାମିନୀଙ୍କ ଏକମାତ୍ର ସନ୍ତାନ ଥିଲା ପରୀ। ହେଲେ ଗାଁ ଦାଣ୍ଡରୁ ଆଉ ଘରକୁ ଫେରି ନଥିଲା ପରୀ। ବହୁ ଖୋଜାଖୋଜି ପରେ ନିରୁପାୟ ହୋଇ ନୟାଗଡ଼ ସଦର ଥାନାରେ ଏନେଇ ଲିଖିତ ଏତଲା ଦେଇଥିଲେ ଅଶୋକ ସାହୁ ।

Advertisment

ମାତ୍ର ପୋଲିସ ଏକ ମିସିଙ୍ଗ କେସ କରି ଚୁପ ବସି ଯାଇଥିଲା। ତେବେ ନୟାଗଡ଼ ଏସପି ଏବଂ ଜିଲ୍ଲାପାଳଙ୍କୁ ଭେଟି ଅଭିଯୋଗ ଜଣାଇଥିଲେ ଅଶୋକ । ହେଲେ ଅପହରଣର ୭ ଦିନ ପରେ ଗାଁ କୁ ପୋଲିସର ଡଗ ସ୍କ୍ୱାର୍ଡ ଆସିଥିଲା ସତ କିନ୍ତୁ କୌଣସି ସନ୍ଧାନ ପାଇ ନଥିଲା । ତେବେ ଡଗ ସ୍କ୍ୱାର୍ଡ ଯିବାର ପର ଦିନ ପରୀର ଗଳିତ , ଖଣ୍ଡବିଖଣ୍ଡିତ ମୃତ ଦେହ ଏକ ବସ୍ତାରେ ବନ୍ଧା ହୋଇଥିବା ଅବସ୍ଥାରେ ଅଶୋକଙ୍କ ବାଡ଼ି ସଂଲଗ୍ନ ପୋଖରୀ କୂଳରୁ ମିଳିଥିଲା।

ତେବେ ୧୭ ଡ଼ିସେମ୍ବରରେ ହାଇକୋର୍ଟ ଏନେଇ ଶୁଣାଣି ମଧ୍ୟ କରିଥିଲେ। ପରୀ ହତ୍ୟା ମାମଲାର ତଦନ୍ତକୁ ନେଇ ଉଦବେଗ ପ୍ରକାଶ କରିଥିଲେ ହାଇକୋର୍ଟ। ପରୀ ହତ୍ୟା ଦୋଷୀକୁ ଧରିବାକୁ ତଦନ୍ତ ବିଶେଷ ଆଗେଇନି। ପରୀ ହତ୍ୟା ମାମଲା SIT ଷ୍ଟାଟସ ରିପୋର୍ଟ ଦାଖଲ ପରେ ଏହା କହିଥିଲେ ହାଇକୋର୍ଟ। ଏହାସହ ୨୪ ସୁଦ୍ଧା ପରବର୍ତ୍ତୀ ତଦନ୍ତ ଅଗ୍ରଗତି ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତ ଅଗ୍ରଗତି ରିପୋର୍ଟ ଦାଖଲ ପାଇଁ SIT ମୁଖ୍ୟଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ତେବେ ଆଜି ସୁପ୍ରିମକୋର୍ଟଙ୍କ ଶୁଣାଣିକୁ ସମସ୍ତଙ୍କ ଅପେକ୍ଷା ଥିଲା।

Advertisment
Odisha Nayagarh Pari Murder Case
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ