• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tanmay Kumar Mahalik

ଭୁବନେଶ୍ୱର RD ଉଚ୍ଚ ମାଧ୍ୟମିକ ସ୍କୁଲର +୨ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । ସ୍କୁଲ ହଷ୍ଟେଲର ପଙ୍ଖାରେ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଛାତ୍ରୀ ଜଣକ +୨ ଦ୍ୱିତୀୟ ବର୍ଷ କଳାରେ ପଢୁଥିବା ସୂଚନା ମିଳିଛି । ଛାତ୍ରୀ ଜଣକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ତେବେ କାହିଁକି ଛାତ୍ରୀ ଜଣକ ଆତ୍ମହତ୍ୟା କଲେ ସେ ନେଇ କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

ଛାତ୍ରୀ ଜଣକ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ସେନେଇ ତଦନ୍ତ କରୁଛି ପୋଲିସ । ଘଟଣାସ୍ଥଳରେ ପୋଲିସ ପହଞ୍ଚିବା ସହ ବିଭିନ୍ନ ଦିଗକୁ ନେଇ ଅନୁଧ୍ୟାନ କରୁଛି ।