• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ଗଞ୍ଜାମ ପୋଲସରା ଥାନା କେନ୍ଦୁବାଡି ପଞ୍ଚାୟତ ଗରେଈଝୁଳି ଗାଁରେ ବଣଭୋଜିରୁ ଗଣ୍ଡଗୋଳ ମାରପିଟ । ଗୁଳିମାଡରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଦୁଇ ଜଣ ଆହତ ହୋଇଛନ୍ତି । ଗୁରୁତର ଜଣକ ହେଲେ କେନ୍ଦୁବାଡି ପଞ୍ଚାୟତର ସମିତିସଭ୍ୟ ନରେନ୍ଦ୍ର ସ୍ୱାଇଁ ।

ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ଗରେଇଝୁଳି ଗାଁରେ ବଣଭୋଜି ବେଳେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳେ ସମାଧାନ ଲାଗି ଯାଇଥିବା କେନ୍ଦୁବାଡି ପଞ୍ଚାୟତ ସମିତିସଭ୍ୟ ଏବଂ ତାଙ୍କ ଭାଇଙ୍କୁ ଆକ୍ରମଣ ସହ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି । ଗୁରୁତର ଓ ଆହତ ସମସ୍ତଙ୍କୁ ଚିକିତ୍ସା ନିମନ୍ତେ ବୁଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ଚ୍ଚି କରାଯାଇଥିଲା ।

ହେଲେ ପ୍ରାଥମିକ ଚିକିତ୍ସା ପରେ ସମିତିସଭ୍ୟ ନରେନ୍ଦ୍ର ସ୍ୱାଇଁଙ୍କୁ ବ୍ରହ୍ମପୁର ଏମେକେସିଜି ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।