ASI Gopal Das
ଗିରଫ ହେଲେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିବା ଅଭିଯୁକ୍ତ ଏସ୍ଆଇ ଗୋପାଳ ଦାସ । ଏନେଇ ସୂଚନା ଦେଇଛନ୍ତି କ୍ରାଇମ୍ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା । ସେ କହିଛନ୍ତି ଗୋପାଳ ଦାସଙ୍କୁ ଗିରଫ କରାଯାଇଛି । ହତ୍ୟାକାଣ୍ଡ ଘଟିଥିବା ଘଟଣାସ୍ଥଳକୁ ଯାଇ ଏକ୍ସପର୍ଟ ଟିମ୍ ଯାଞ୍ଚ କରିଛି । ଏବେ ଅଭିଯୁକ୍ତ ଗୋପାଳକୁ ୭ ଦିନିଆ ରିମାଣ୍ଡରେ ଆଣିବା ପାଇଁ ଆବେଦନ କରାଯିବ । ସେ କାହିଁକି ଗୁଳି କଲେ ସେନେଇ ତଦନ୍ତ କରାଯିବ । ନବ ଦାସଙ୍କ ସହ ଗୋପାଳଙ୍କର କୌଣସି ପୂର୍ବଶତ୍ରୁତା ଥିଲା କି ନାହିଁ ସେଦିଗରେ ମଧ୍ୟ ତଦନ୍ତ କରାଯାଉଛି । ଶେଷରେ ଅରୂଣ ବୋଥ୍ରା ଆହୁରି ମଧ୍ୟ କହିଛନ୍ତି ଯେ, ଗୋପାଳ ଦାସ କେବେ ବି ନବ ଦାସଙ୍କ ପିଏସ୍ଓ ଦାୟିତ୍ୱରେ ନଥିଲେ ।
ଅଧିକ ପଢ଼ନ୍ତୁ: ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ପୋଲିସ ASI ଗୋପାଳ କିଏ ? ଆସନ୍ତୁ ଜାଣିବା...
ଅନ୍ୟପଟେ ନବ ଦାସଙ୍କ କାକା ଦେଇଛନ୍ତି ବିସ୍ଫୋରକ ବୟାନ । ସେ କହିଛନ୍ତି ତାଙ୍କ ପୁତୁରାକୁ ମାରିବା ପାଇଁ ଟପ୍ ଲେବଲରେ ଷଡ଼ଯନ୍ତ୍ର କରାଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1675080460.jpg)