Advertisment

ହାଇଦର ଶରୀରରେ ଗୋଟିଏ ଗୁଳି ଆଗରୁ ଥିଲା: ଏଡିଏମ୍ଓ

ବାଲେଶ୍ୱର ସିମୁଳିଆର ଏନକାଉଣ୍ଟର ସ୍ପଟରେ ସାଇଣ୍ଟିଫିକ୍ ଟିମ୍ ଓ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଛି। ଏହି ଯାଂଚ ବେଳେ ଘଟଣାସ୍ଥଳରୁ ୨ଟି ଖୋକା ମିଳିଛି। ୧୬ ନମ୍ବର ଜାତୀୟ ରାଜପଥ ଉପରେ ସିମୁଳିଆ କଲେଜ ଡାଇଭର୍ସନ ପାଖରେ ସକାଳୁ ସକାଳୁ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରିଥିଲା।

ଅଦ୍ୟତନ ହୋଇଛି
ହାଇଦର ଶରୀରରେ ଗୋଟିଏ ଗୁଳି ଆଗରୁ ଥିଲା: ଏଡିଏମ୍ଓ

gangster Hyder

Advertisment

ବାଲେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦରର ଆଜି ବାଲେଶ୍ୱର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଶବ ବ୍ୟବଚ୍ଛେଦ କରାଯାଇଛି। ହାଇଦରର ପତ୍ନୀ ଓ ଦୁଇ ବୋହୂଙ୍କୁ ମୃତଦେହ ଦେଖାଯିବା ପରେ ମାଜିଷ୍ଟ୍ରେଟ୍ ଓ ପୋଲିସ୍ ଉପସ୍ଥିତିରେ ଶବ ବ୍ୟବଚ୍ଛେଦ କରାଯାଇଥିଲା। ବ୍ୟବଚ୍ଛେଦ ପରେ ହାଇଦରର ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ସ୍ତ୍ରୀ ଓ ଦୁଇ ବୋହୂଙ୍କୁ ହାଇଦରର ମୃତଦେହ ହସ୍ତାନ୍ତର କରାଯାଇଛି।। ହାଇଦର ଶରୀରରୁ ୪ଟି ଗୁଳି ବାହାରିଥିବା ସୂଚନା ମିଳିଛି। ୨ଟି ଅଣ୍ଟାରୁ ଓ ୨ଟି ଜଘଂରୁ ବାହାରିଛି। ୪ଟି ଗୁଳିରୁ ଗୋଟିଏ ଗୁଳି ପୂର୍ବରୁ ଶରୀରରେ ଥିଲା। ଏନେଇ ବାଲେଶ୍ୱର ଏଡିଏମ୍ଓ ସୁଶାନ୍ତ ନାୟକ ସୂଚନା ଦେଇଛନ୍ତି।ପୋଷ୍ଟମର୍ଟମ ବେଳେ ହାଇଦର ପକେଟରୁ ଏକ ଫୋନ୍ ଡାଇରୀ ଜବତ ହୋଇଛି।

Advertisment

ଏପଟେ ବାଲେଶ୍ୱର ସିମୁଳିଆର ଏନକାଉଣ୍ଟର ସ୍ପଟରେ ସାଇଣ୍ଟିଫିକ୍ ଟିମ୍ ଓ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଛି। ଏହି ଯାଂଚ ବେଳେ ଘଟଣାସ୍ଥଳରୁ ୨ଟି ଖୋକା ମିଳିଛି। ୧୬ ନମ୍ବର ଜାତୀୟ ରାଜପଥ ଉପରେ ସିମୁଳିଆ କଲେଜ ଡାଇଭର୍ସନ ପାଖରେ ସକାଳୁ ସକାଳୁ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ କରିଥିଲା। ଏନକାଉଣ୍ଟର ସ୍ପଟରୁ ନମୁନା ସଂଗ୍ରହ କରିଛି ସାଇଣ୍ଟିଫିକ୍ ଟିମ୍। ବାଲେଶ୍ୱର ଏସଡିପିଓ ଶ୍ରୀହର୍ଷ ମିଶ୍ର, ଅତିରିକ୍ତ ଡିସିପି ପ୍ରମୋଦ ରଥ ସ୍ପଟରେ ତଦନ୍ତ କରିଛନ୍ତି।

Advertisment

ଗତକାଲି ପୋଲିସ ଏନକାଉଣ୍ଟରରେ କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦରର ମୃତ୍ୟୁ ହୋଇଥିଲା। ହାଇଦରକୁ ଚୌଦ୍ୱାର ଜେଲ୍‌କୁ ବାରିପଦା ଜେଲ୍ ନିଆଯାଉଥିବା ବେଳେ ଏନକାଉଣ୍ଟର ହୋଇଥିଲା ପରିସ୍ରା ଯିବା ବାହାନାରେ ବାହାରିବା ପରେ ଗାର୍ଡଙ୍କ ବନ୍ଧୁକ ଛଡ଼ାଇ ଖସିଯିବାକୁ ଉଦ୍ୟମ କରିଥିଲା। ତେବେ ଏତିକି ବେଳେ ହାଇଦରକୁ ଓ୍ବାର୍ଣ୍ଣିଂ ଦିଆଯାଇଥିଲେ ବି ସେ ମାନିନଥିଲା। ତେବେ ବାଧ୍ୟହୋଇ ପୋଲିସ ଗୁଳି କରିଥିଲା ବୋଲି କଟକ ଡିସିପି କହିଛନ୍ତି।  

Odisha News Odisha Police Gangster Hyder High Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ