Advertisment

ନିଲମ୍ବିତ ହେଲେ କୁବେର OSSC ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁ

୨୦୦୮ରେ OSSC ଦ୍ୱାରା ପୋଲିସ ଏସ୍ଆଇ ପାଇଁ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ ଆଣି ହାଇକୋର୍ଟଙ୍କ ସେ ଦ୍ୱାରସ୍ଥ ମଧ୍ୟ ହୋଇଥିଲେ। ଯେଉଁଥିରେ OSSCକୁ ନୋଟିସ ବି କରିଥିଲେ ଉଚ୍ଚ ନ୍ୟାୟାଳୟ। ଏମିତି ଏକାଧିକ ଥର ଅନିୟମିତତା ଅଭିଯୋଗ ଆଣିଛନ୍ତି ଚାକିରୀ ଆଶାୟୀ। ଏବେ ଭିଜିଲାନ୍ସ ଜାଲରେ ବିରଞ୍ଚି ଛନ୍ଦି ହେବା ପରେ ସମସ୍ତେ ଆଶା ରଖିଛନ୍ତି, ନିଯୁକ୍ତି ପ୍ରକ୍ରିୟାରେ କେଳେଙ୍କାରୀ ପଛର ସତ୍ୟ ସାମ୍ନାକୁ ଆସିବ।

ଅଦ୍ୟତନ ହୋଇଛି
ନିଲମ୍ବିତ ହେଲେ କୁବେର OSSC ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁ

PS BIRANCHI SAHOO

Advertisment

ଭୁବନେଶ୍ୱର : OSSC ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁ ନିଲମ୍ବିତ ହୋଇଛନ୍ତି। ବିରଞ୍ଚିଙ୍କୁ ନିଲମ୍ବନ କରିଛନ୍ତି ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ। ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ସୁପାରିଶ ମଧ୍ୟ କରାଯାଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି ବିରଞ୍ଚି। ବିରଞ୍ଚିଙ୍କ ଠାରୁ ସାଢ଼େ ୩ କୋଟିର ସଂପତ୍ତି ଠାବ କରିଛି ଭିଜିଲାନ୍ସ।

Advertisment

OSSC ସଦସ୍ୟଙ୍କ ବ୍ୟକ୍ତିଗତ ସଚିବ ବିରଞ୍ଚି ନାରାୟଣ ସାହୁଙ୍କ ଅମାପ କଳାଧନ ପେଡ଼ିର ରହସ୍ୟ ଧୀରେ ଧୀରେ ଫିଠିବାରେ ଲାଗିଛି। କିରାଣୀରୁ କୋଟିପତି ପିଏସ୍ ବନିଥିବା ବାବୁ ବିରଞ୍ଚି ଯେ ସାଧାରଣ ତୃତୀୟ ଶ୍ରେଣୀ କର୍ମଚାରୀ ଥିଲେ ତାନୁହେଁ। ଶିକ୍ଷିତ ବେକାରୀଙ୍କ ଆଗରେ ସେ ଥିଲେ ଜଣେ ପ୍ରଭାବଶାଳୀ ବ୍ୟକ୍ତି। ଯିଏ ଯେଉଁଠି ଦେଖିଲେ ତାଙ୍କୁ ମୁଣ୍ଡିଆ ମାରୁଥିଲେ। ବାବୁ ବିରଞ୍ଚି କୁଆଡ଼େ ଥିଲେ ଚାକିରି ବିକ୍ରିର ମାଷ୍ଟରମାଇଣ୍ଡ। ସୁରେନ୍ଦ୍ର ବିଶ୍ୱାଳ ହେଲେ ନିଯୁକ୍ତି ପ୍ରକ୍ରିୟାରେ ଅସନ୍ତୁଷ୍ଟ ହୋଇ ଏକଦା ଆନ୍ଦୋଳନ କରିଥିବା ଜଣେ ଚାକିରୀ ଆଶାୟୀ।

୨୦୦୮ରେ OSSC ଦ୍ୱାରା ପୋଲିସ ଏସ୍ଆଇ ପାଇଁ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ ଆଣି ହାଇକୋର୍ଟଙ୍କ ସେ ଦ୍ୱାରସ୍ଥ ମଧ୍ୟ ହୋଇଥିଲେ। ଯେଉଁଥିରେ OSSCକୁ ନୋଟିସ ବି କରିଥିଲେ ଉଚ୍ଚ ନ୍ୟାୟାଳୟ। ଏମିତି ଏକାଧିକ ଥର ଅନିୟମିତତା ଅଭିଯୋଗ ଆଣିଛନ୍ତି ଚାକିରୀ ଆଶାୟୀ। ଏବେ ଭିଜିଲାନ୍ସ ଜାଲରେ ବିରଞ୍ଚି ଛନ୍ଦି ହେବା ପରେ ସମସ୍ତେ ଆଶା ରଖିଛନ୍ତି, ନିଯୁକ୍ତି ପ୍ରକ୍ରିୟାରେ କେଳେଙ୍କାରୀ ପଛର ସତ୍ୟ ସାମ୍ନାକୁ ଆସିବ।

Advertisment

ନିଯୁକ୍ତି ପ୍ରକ୍ରିୟାରେ ଯଦି ଅନିୟମିତତା ହେଉଥିଲା, ତାପଛରେ ପିଏସ୍ ବିରଞ୍ଚି ନାରାୟଣ ସାହୁ ସାଜିଥିଲେ କି କାର୍ପଟଦାର୍ ? କାରଣ ଚଢ଼ାଉବେଳେ ବିରଞ୍ଚିଙ୍କ ଘରୁ ଏକାଧିକ ଆଡ୍‌ମିଟ୍ କାର୍ଡ ଜବତ କରିଛି ଭିଜିଲାନ୍ସ। ବିରଞ୍ଚିଙ୍କ ପଛରେ ଅଛନ୍ତି କି ବଡ଼ମୁଣ୍ଡ? ବର୍ଷ ବର୍ଷ ଧରି ଆଶାୟୀ ଅଭିଯୋଗ କରୁଥିଲେ ବି କାହିଁକି କାହା ବିରୋଧରେ ହୋଇନଥିଲା କାର୍ଯ୍ୟାନୁଷ୍ଠାନ? ତେବେ OSSC ଅଧ୍ୟକ୍ଷ କିନ୍ତୁ ଦୁର୍ନୀତି ଅଭିଯୋଗକୁ ଖଣ୍ଡନ କରିଛନ୍ତି।

Advertisment

ଏଣେ ବିରଞ୍ଚିଙ୍କ ପତ୍ନୀ ଓ ଶଢ଼ୁଙ୍କ ନାଁରେ ବି ମାମଲା ରୁଜୁ କରିଛି ଭିଜିଲାନ୍ସ। ସୂଚନା ଅନୁଯାୟୀ, ପତ୍ନୀ ଏକ ବ୍ୟାଙ୍କର ବୀମା ଏଜେଣ୍ଟ ଭାବେ କାମ କରୁଥିଲେ ଏବଂ କମିଶନ ବାବଦକୁ ବର୍ଷକୁ ପାଉଥିଲେ ମୋଟା ଅଙ୍କର ଟଙ୍କା। ତେବେ ପତି-ପତ୍ନୀ ମିଶି କେମିତି ସାଢ଼େ ୩ କୋଟିରୁ ଅଧିକ ସଂପତ୍ତି ଅର୍ଜନ କଲେ ? OSSC ଜରିଆରେ ଚାକିରି ପାଇଥିବା କୌଣସି କର୍ମଚାରୀଙ୍କୁ ପଲିସି କରାଇଛନ୍ତି ପତ୍ନୀ? ଏସବୁର ଉତ୍ତର ଖୋଜିବା ପାଇଁ ଭିଜିଲାନ୍ସ OSSCରୁ ଗତ ୧୦ ବର୍ଷର ତଥ୍ୟ କାଢ଼ିବ ବୋଲି ସୂଚନା ମିଳିଛି। ତାସହ ଶଢୁଙ୍କ ଘରୁ ମିଳିଥିବା ୧୩ ଲକ୍ଷ ଟଙ୍କାର ବି ଖୋଳତାଡ଼ କରୁଛି। ଆବଶ୍ୟକସ୍ଥଳେ ବିରଞ୍ଚିଙ୍କୁ ରିମାଣ୍ଡରେ ନେଇ କେଳେଙ୍କାରୀର କଳାଚିଠା ଖୋଲିବ ଭିଜିଲାନ୍ସ। ତେବେ ଆଜି ତାଙ୍କୁ ନିଲମ୍ବନ କରାଯାଇଛି।

Odisha OSSC
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ