Advertisment

Nepali Student's Death in KIIT: କିଟ୍‌ କାଣ୍ଡ; ନେପାଳ ବୈଦେଶିକ ମନ୍ତ୍ରୀ କହିଲେ, କୂଟନୈତିକ ପଦକ୍ଷେପ ଆରମ୍ଭ କରିଛୁ

ନେପାଳ ବୈଦେଶିକ ମନ୍ତ୍ରୀ ନିଜ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଏହି ଘଟଣା ଆମକୁ ଗଭୀର ଦୁଃଖ ଦେଇଛି। କାହିଁକି ଛାତ୍ରୀ ଜଣଙ୍କର ମୃତ୍ୟୁ ଘଟିଲା, ତାର ସତ୍ୟାସତ୍ୟ ଯାଞ୍ଚ କରାଯାଉ।'

ଅଦ୍ୟତନ ହୋଇଛି
Kiit

Kiit

Advertisment

କିଟ୍ ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀ ରାଜ୍ୟରେ ଖେଳିଯାଇଛି ଚାଞ୍ଚଲ୍ୟ। ଏହି ଘଟଣାରେ ଉଦବେଗ ପ୍ରକାଶ କରିଛନ୍ତି ନେପାଳ ବୈଦେଶିକ ମନ୍ତ୍ରୀ ଆରଜୁ ରାଣା ଦେଉବା। ଟ୍ୱିଟ୍‌ କରି ଦୁଃଖ ପ୍ରକାଶ କରିବା ସହ ଘଟଣାର ସତ୍ୟାସତ୍ୟ ଯାଞ୍ଚ୍ ପାଇଁ କହିଛନ୍ତି।

Advertisment

ଅଧିକ ପଢ଼ନ୍ତୁ: କିଟ୍‌ରେ ପୁଣି ନେପାଳୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ନେପାଳ ବୈଦେଶିକ ମନ୍ତ୍ରୀ ନିଜ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି ଯେ, ଏହି ଘଟଣା ଆମକୁ ଗଭୀର ଦୁଃଖ ଦେଇଛି। କାହିଁକି ଛାତ୍ରୀ ଜଣଙ୍କର ମୃତ୍ୟୁ ଘଟିଲା, ତାର ସତ୍ୟାସତ୍ୟ ଯାଞ୍ଚ କରାଯାଉ।'ଘଟଣାର ତଦନ୍ତ ପାଇଁ କୂଟନୈତିକ ପଦକ୍ଷେପ ଆରମ୍ଭ କରିଛୁ। ଭାରତ ସରକାର, ଓଡ଼ିଶା ସରକାରଙ୍କ ସହ ଆଲୋଚନା ଚାଲିଛି ବୋଲି ସେ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି।

ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ବେଳେ ହଷ୍ଟେଲ ରୁମରୁ ନେପାଳ ଛାତ୍ରୀ ପ୍ରୀଶା ଶାହାଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ଏଯାଏ ସ୍ପଷ୍ଟ ହୋଇନାହିଁ । ଅନ୍ୟପକ୍ଷରେ ଛାତ୍ରୀଙ୍କୁ ହତ୍ୟା କରାଯାଇଛି ନା ସେ ଆତ୍ମହତ୍ୟା କରିଛନ୍ତି ତାହା ସ୍ପଷ୍ଟ ହୋଇନାହିଁ। ଏହି ଘଟଣାକୁ ନେଇ କିଟ୍ କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ । ଆଜି ମୃତ ଛାତ୍ରୀ ପ୍ରୀସାଙ୍କ ପରିବାର ଲୋକ ଭୁବନେଶ୍ୱରରେ ପହଞ୍ଚିବା ପରେ ଏମ୍ସରେ ମୃତଦେହର ବ୍ୟବଚ୍ଛେଦ ହେବ ।

Advertisment

ପ୍ରାୟ ଅଢ଼େଇ ମାସ ତଳେ କିଟ୍ କ୍ୟାମ୍ପସରେ ହୋଇଥିଲା ଛାତ୍ରୀ ମୃତ୍ୟୁ । ଫେବ୍ରୁଆରୀ ୧୬ରେ ଆତ୍ମହତ୍ୟା କରିଥିଲେ ନେପାଳୀ ଛାତ୍ରୀ 'ପ୍ରକୃତି' । ପ୍ରାୟ ଅଢ଼େଇ ମାସ ପରେ ଏବେ ପୁଣି ଜଣେ ଛାତ୍ରୀ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି ।

ଅଧିକ ପଢ଼ନ୍ତୁ:  କିଟ୍‌ ଛାତ୍ରୀ ମୃତ୍ୟୁକୁ ନେଇ ବଢିଲା ସନ୍ଦେହ, ହଷ୍ଟେଲରୁ ମୃତଦେହ ଉଦ୍ଧାର କଲା କିଏ ?

Advertisment
Nepal KIIT Student Death KIIT University
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ