Advertisment

Raids Continue on Raja Chakra: ବିଜେଡି ନେତା ରାଜାଙ୍କୁ ମିଳୁନି ତ୍ରାହି: ଆଜି ବି ୩ଟି ଠିକଣାରେ ଚାଲିଛି ଚଢାଉ...

ରାଜା ଚକ୍ରଙ୍କ ୩ଟି ଠିକଣାରେ ଆଜି ବି ଚଢାଉ ଚାଲିଛି। ବଣାଇ, ଗୋପାଳପୁର ବନ୍ଦର, କେନ୍ଦୁଝର ଟାଉନରେ ରାଜାଙ୍କ ଅଫିସରେ ରେଡ୍ ଜାରି ରହିଛି।

ଅଦ୍ୟତନ ହୋଇଛି
 BJD Leader Raja Chakra

BJD Leader Raja Chakra

Advertisment

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି କୋ ଅପରେଟିଭ ସୋସାଇଟି କେଳେଙ୍କାରୀ ମାମଲାରେ ବିଜେଡି ନେତା ରାଜା ଚକ୍ରଙ୍କୁ ମିଳୁନି ତ୍ରାହି । ରାଜା ଚକ୍ରଙ୍କ ୩ଟି ଠିକଣାରେ ଆଜି ବି ଚଢାଉ ଚାଲିଛି। ବଣାଇ, ଗୋପାଳପୁର ବନ୍ଦର, କେନ୍ଦୁଝର ଟାଉନରେ ରାଜାଙ୍କ ଅଫିସରେ ରେଡ୍ ଜାରି ରହିଛି। କ୍ରାଇମବ୍ରାଞ୍ଚ, EOW ଓ ଏସ୍ ଟିଏଫ୍ ପକ୍ଷରୁ ମିଳିତ ଚଢ଼ାଉ କରାଯାଉଛି। ସେପଟେ ଅନ୍ତରୀଣ ସୁରକ୍ଷାରେ ଥିବା ରାଜାଙ୍କ ଆଜି ହାଇକୋର୍ଟରେ ରହିଛି ଶୁଣାଣି। ଅନ୍ତରୀଣ ସୁରକ୍ଷା ହଟାଇବାକୁ ପ୍ରମାଣପତ୍ର ଦାଖଲ କରିବ EOW।

Advertisment

୨ ଦିନ ତଳେ ଜଣେ ASPଙ୍କ ନେତୃତ୍ବରେ ଗୋଟିଏ ଟିମ ରାଜାଙ୍କର କେନ୍ଦୁଝର ଜଗନ୍ନାଥପୁର ସ୍ଥିତ ଘରେ ଚଢାଉ କରିଥିଲା । ବହୁ ସମୟ ଧରି ଘରେ ଯାଞ୍ଚ ଚାଲିଥିଲା । ଖାଲି ଏତିକି ନୁହେଁ, ଯୋଡ଼ା ଖଣି କ୍ଷେତ୍ରର ବିଭିନ୍ନ ଜାଗାରେ ଆଉ ଏକ ଟିମ ତଦନ୍ତ ଜାରି ରଖିଛି । ଏହି ଚଢାଉ ବେଳେ EOW ବହୁ ତଥ୍ୟ ପାଇଥିବା ସୂଚନା ମିଳୁଛି । 

ଅଧିକ ପଢ଼ନ୍ତୁ: ମହେଶକୁ ଏନକାଉଣ୍ଟର; ବାମ ଗୋଡ଼ରେ ବାଜିଛି ଗୁଳି

ଏହାରି ଭିତରେ ରାଜା ଚକ୍ରଙ୍କୁ ନେଇ ଏକ ସଙ୍ଗୀନ ଅଭିଯୋଗ ଆଣିଥିଲେ ବିଜେପି ରାଜ୍ୟସଭା ସାଂସଦ ମମତା ମହାନ୍ତ । ମମତା କହିଥିଲେ, ବିଜେଡି ନେତା ରାଜା ଚକ୍ର ବବି ଦାସ ଓ ପାଣ୍ଡିଆନଙ୍କ ଯୋଗୁଁ ପାୱାରଫୁଲ ଥିଲେ । ସେମାନଙ୍କ ହାତ ନଥିଲେ, ସେ ଏତେ ଶକ୍ତିଶାଳୀ କେମିତି ହୋଇଥାନ୍ତେ ? ଖଣି ସମୃଦ୍ଧ କେନ୍ଦୁଝର ଜିଲ୍ଲାରେ ରାଜା ଚକ୍ରଙ୍କୁ କିଏ ଏତେ ପାୱାର ଦେଇଥିଲା ବୋଲି ପ୍ରଶ୍ନ କରିବା ସହ ମୋହନ ସରକାରରେ ଯିଏ ଦୁର୍ନୀତି କରିବ ଦଣ୍ଡ ପାଇବ ବୋଲି କହି ବିଜେଡିକୁ ଘେରିଥିଲେ ମମତା ମହାନ୍ତ । 

Advertisment

ଅନ୍ୟପଟେ ମମତାଙ୍କ ଏହି ଆରୋପର ଜବାବ ରଖିଥିଲେ ବିଜେଡି ବିଧାୟକ ଗୌତମବୁଦ୍ଧ ଦାସ । ସେ କହିଛନ୍ତି- ମାମଲା ତଦନ୍ତ ଚାଲିଛି, ତଦନ୍ତରେ ଯିଏ ଦୋଷୀ ସାବ୍ୟସ୍ତ ହେବ ସରକାର ତା' ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ।

ଅଧିକ ପଢ଼ନ୍ତୁ: ଗହଣା ସୋ ରୁମରୁ ସୁନା ଚୋରାଉଥିଲା ନିଜେ କର୍ମଚାରୀ !

Odisha Raid BJD Leader
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ