/odishatv-khabar/media/post_attachments/uploadimage/library/16_9/16_9_0/IMAGE_1723540092.jpg)
SCB doctor 'rapes' 2 patients
ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ। କଟକ SCBରେ ୨ଜଣ ରୋଗୀଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଇସିଜି କରିବା ବାହାନାରେ କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ ଆଣିଛନ୍ତି ରୋଗୀଙ୍କ ସମ୍ପର୍କୀୟ। ଏନେଇ ଡାକ୍ତରଙ୍କ ନାଁରେ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ ହୋଇଛି।
ସୂଚନା ଅନୁସାରେ, ଶୁକ୍ରବାର କଟକ SCBରେ ଦୁଇଜଣ ରୋଗୀ କାର୍ଡିଓଲୋଜି ବିଭାଗକୁ ଆସିଥିଲେ। ଡାକ୍ତର ସେମାନଙ୍କୁ ଇସିଜି କରିବାକୁ କହିବା ସହ ରବିବାର ଆସିବାକୁ ପରାମର୍ଶ ଦେଇଥିଲେ। ରବିବାର ସେମାନେ ଆସିବା ପରେ ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ସଂପର୍କୀୟଙ୍କ ଆକ୍ରମଣରେ ଅଭିଯୁକ୍ତ ଡାକ୍ତର ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ଆଇସିୟୁରେ ଭର୍ତ୍ତି କରାଯାଇଛି।
ଅଧିକ ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା; ସାରା ଦେଶରେ OPD ସେବା ବନ୍ଦ ଡାକରା
ଦୁଷ୍କର୍ମ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ଅତିରିକ୍ତ ଡିସିପି ଅନୀଲ ମିଶ୍ର। ପୋଲିସ ଘଟଣାକୁ ଗୁରୁତର ସହ ନେଇଛି । ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇ ତଦନ୍ତ କରାଯିବ। ୧୬୧, ୧୬୪ ଧାରାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯିବ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)