/odishatv-khabar/media/post_attachments/uploadimage/library/16_9/16_9_0/VIMSAR_1696475559.jpg)
VIMSAR
ବୁର୍ଲା ଭୀମସାରରେ ଡାକ୍ତରୀ ଛାତ୍ର ଓ ଘରୋଇ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଆଜି ଭୋର ପ୍ରାୟ ସାଢେ ଚାରିଟା ବେଳେ ଏହି ଘଟଣା ଘଟିଛି । ଘଟଣାରେ ଜଣେ ପି.ଜି. ଛାତ୍ର ଓ ଜଣେ ସିକ୍ୟୁରିଟି ଗାର୍ଡ ଆହତ ହୋଇଛନ୍ତି । ଖବର ପାଇ ବୁର୍ଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାବୁଝା କରିଛନ୍ତି ।
Advertisment
ପୋଲିସର ସୂଚନା ଅନୁସାରେ କୌଣସି କାରଣକୁ କେନ୍ଦ୍ର କରି ଜଣେ PG ଛାତ୍ର ଓ ଜଣେ ସୁରକ୍ଷା କର୍ମୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏଥିରେ ସୁରକ୍ଷା କର୍ମୀ ଜଣକ ଆହତ ହୋଇଥିଲେ । ଖବର ପାଇ, ସଂପୃକ୍ତ ସୁରକ୍ଷା କର୍ମୀଙ୍କ ସମ୍ପର୍କୀୟ ଯାଇ, PG ଛାତ୍ରଙ୍କୁ ମାଡ ମାରିଥିଲେ । ଘଟଣା ଜଣାପଡିବା ପରେ ଅନ୍ୟ କିଛି PG ଡାକ୍ତରୀ ଛାତ୍ରପହଞ୍ଚି ଏହାର ପ୍ରତିବାଦ କରିଥିଲେ । ହସପିଟାଲ ପରିସରରେ ଚାପା ଉତ୍ତେଜନା ଦେଖା ଦେଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)