/odishatv-khabar/media/post_attachments/uploadimage/library/16_9/16_9_0/Cuttack__1722678584.jpg)
Cuttack
ପରିବାରର ୩ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ବାପା, ମାଆ ଓ ପୁଅ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ସିଡିଏ ସେକ୍ଟର ୬ ଅଞ୍ଚଳରେ । ପୂରା ପରିବାର ବିଷ ପିଇ ଦେଇଥିବା ସୂଚନା ମିଳିଛି । ବାଙ୍ଗାଲୋରର ଏକ ଆଇଟି କମ୍ପାନୀରେ ସଫ୍ଟୱେର ଇଞ୍ଜିନିୟର ଥିବା ସୌମ୍ୟ ରଞ୍ଜନ ପଣ୍ଡାଙ୍କ ସହ ତାଙ୍କ ବାପା ଉମାଚରଣ ପଣ୍ଡା ଓ ମା' ସରୋଜିନୀ ପଣ୍ଡା ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି ।
ସୂଚନା ଅନୁସାରେ ଗୁରୁବାର ବିଳମ୍ବିତ ରାତିରେ ବନ୍ଦ ଘରୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ସମସ୍ତଙ୍କୁ SCB ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ସୌମ୍ୟଙ୍କ ବାପା ଉମାଚରଣ ପଣ୍ଡା ଓ ସରୋଜିନୀ ପଣ୍ଡାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅତି ସଂକଟାପନ୍ନ ରହିଛି । ସମସ୍ତେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ।
ତେବେ କାହିଁକି ଗୋଟିଏ ପରିବାରର ତିନି ଜଣ ସଦସ୍ୟ ଆତ୍ମହତ୍ୟା ଉଦ୍ୟମ କଲେ ତାହା ସ୍ପଷ୍ଟ ହୋଇନାହିଁ। ସେପଟେ ମର୍କତ ନଗର ଥାନା ପୋଲିସ ଏହି ମାମଲାର ତଦନ୍ତ ଜାରି ରଖିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)