Advertisment

ହନି ଟ୍ରାପ୍‌ରେ ପଡ଼ି ତଥ୍ୟ ଦେଇଥିଲେ DRDOର ଠିକା କର୍ମଚାରୀ !

ବାଲେଶ୍ୱର ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ DRDO ତଥ୍ୟ ଲିକ୍ ଘଟଣାରେ ମିଳିଛି ହନି ଟ୍ରାପ୍ ଲିଙ୍କ୍। DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Contractual Staff Of DRDO Arrested

Contractual Staff Of DRDO Arrested

ବାଲେଶ୍ୱର: ବାଲେଶ୍ୱର ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ DRDO ତଥ୍ୟ ଲିକ୍ ଘଟଣାରେ ମିଳିଛି ହନି ଟ୍ରାପ୍ ଲିଙ୍କ୍। DRDOର ୪ ଠିକା କର୍ମଚାରୀ ଗିରଫ ଘଟଣାରେ ଏହି ନୂଆ ତଥ୍ୟ ମିଳିଛି। ଏହି ୪ ଠିକା କର୍ମଚାରୀ ଜଣେ ମହିଳାଙ୍କ ସହ ଯୋଗାଯୋଗରେ ଥିଲେ ବୋଲି ସୂଚନା ମିଳିଛି। 

Advertisment

ଗତକାଲି ଗୋପନ ରଖାଯାଇଥିବା ଚତୁର୍ଥ ଅଭିଯୁକ୍ତଙ୍କ ନାଁ ହେମନ୍ତ ମିସ୍ତ୍ରୀ।  ସେ ଡିଜି ଅପରେଟର ଭାବେ କାମ କରୁଥିଲେ। ବିଦେଶୀ ସଂସ୍ଥାକୁ ତଥ୍ୟ ଲିକ୍ ଅଭିଯୋଗରେ ଗତକାଲି DRDOର ୪ ଠିକା କର୍ମଚାରୀଙ୍କୁ  ଗିରଫ କରାଯାଇଥିଲା। 

ପାକିସ୍ତାନ ISIକୁ ଦେଶର ପ୍ରତିରକ୍ଷା ସମ୍ପର୍କିତ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ପୋଲିସ୍ ଏହି ୪ ଜଣଙ୍କୁ ଗିରଫ କରିଛି। ଗିରଫ ୪ ଅଭିଯୁକ୍ତ ହେଲେ ବସନ୍ତ ବେହେରା, ତାପସ ରଞ୍ଜନ ନାୟକ, ଶେଖ୍ ମୁସାଫିର ଓ ହେମନ୍ତ କୁମାର ମିସ୍ତ୍ରୀ। ଏମାନେ ସମସ୍ତେ ଚାନ୍ଦିପୁର ଝାମ୍ପରାହାଟ ଓ ନୂଆନଈ ଅଞ୍ଚଳର ବୋଲି ସୂଚନା ମିଳିଛି। 

Advertisment

ଏହି ୪ ଅଭିଯୁକ୍ତ ITRର ୩ ନମ୍ବର ଲଞ୍ଚ ପ୍ୟାଡ୍‌ରେ କାମ କରୁଥିଲେ। ଯେଉଁମାନେ କି ବିଦେଶୀ ସଂସ୍ଥା ଏବଂ ପାକିସ୍ତାନୀ ଏଜେଣ୍ଟଙ୍କ ସହ ଫୋନ୍ କଲ ମାଧ୍ୟମରେ ଲିଙ୍କ୍‌ରେ ରହି ତଥ୍ୟ ପ୍ରଘଟ କରିଥିବା ଆଶଙ୍କା କରାଯାଉଛି। ସଠିକ୍‌ ତଥ୍ୟ ମିଳିବା ପରେ ତନାଘନା କରି ଏହି ୪ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ସତ ଉଗାଳିବାକୁ ଚେଷ୍ଟା କରୁଛି ପୋଲିସ୍। 

Odisha DRDO Honey Trap Spying On DRDO
Advertisment
Advertisment