ଭୀମଭୋଇ ମେଡିକାଲ କଲେଜରେ ଉତ୍ତେଜନା, ଫାଟକରେ ତାଲା ପକାଇଲେ ଛାତ୍ରଛାତ୍ରୀ

ଆନ୍ଦୋଳନ ଯୋଗୁ ମେଡିକାଲ ଭିତରକୁ ଆମ୍ବୁଲାନ୍ସ ଯିବା ଆସିବାରେ ସମସ୍ୟା ଦେଖାଦେଇଥିଲା। ଘଟଣାସ୍ଥଳରେ ବଲାଙ୍ଗିର ଜିଲ୍ଲାପାଳ ଓ ଏସ୍.ପି. ପହଞ୍ଚି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି ।

tension in medical college

ବଲାଙ୍ଗିର ଭୀମଭୋଇ ମେଡିକାଲ୍ କଲେଜ ହସ୍ପିଟାଲରେ ଉତ୍ତେଜନା । ହାଉସ୍ ସର୍ଜନ ଛାତ୍ରଙ୍କୁ ଜଣେ ଦୁର୍ବୃତ୍ତର ଆକ୍ରମଣକୁ ନେଇ ଉତ୍ତେଜନା ଦେଖା ଦେଇଥିଲା। କଲେଜ ନିକଟରେ କେହି ଜଣେ ଦୁର୍ବୃତ୍ତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ଡାକ୍ତରୀ ଛାତ୍ର ଜଣକ ଗୁରୁତର ଆହତ ହୋଇ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି ଘଟଣାକୁ ନେଇ ଉତ୍ତ୍ୟକ୍ତ ଛାତ୍ରଛାତ୍ରୀ ହସ୍ପିଟାଲ ଫାଟକରେ ତାଲା ପକାଇ ଆନ୍ଦୋଳନ କରିଛନ୍ତି ।

ଆନ୍ଦୋଳନ ଯୋଗୁ ମେଡିକାଲ ଭିତରକୁ ଆମ୍ବୁଲାନ୍ସ ଯିବା ଆସିବାରେ ସମସ୍ୟା ଦେଖାଦେଇଥିଲା। ଘଟଣାସ୍ଥଳରେ ବଲାଙ୍ଗିର ଜିଲ୍ଲାପାଳ ଓ ଏସ୍.ପି. ପହଞ୍ଚି ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି ।