Tutu Nayak
ସୀମା ଲଙ୍ଘିଲେ ପ୍ରଯୋଜକ ଟୁଟୁ ନାୟକ । ସାମ୍ବାଦିକାଙ୍କୁ ମାରିଲେ ମାଡ଼ । ଏହା ସହ ମହିଳା ସମ୍ବାଦିକଙ୍କୁ ଅଶାଳୀନ ବ୍ୟବହାର ଦେଖାଇଥିବା ଅଭିଯୋଗ ହୋଇଛି । ଏ ନେଇ ଖାରବେଳ ନଗର ଥାନାରେ ମାମଲା ରୁଜୁ ହୋଇଛି। ଥାନାରେ ମହିଳା ସାମ୍ବାଦିକ ଜଣକ ଏତଲା ଦେଲା ପରେ ପୋଲିସ ତନାଘନା ଆରମ୍ଭ କରିଛି ।
ମହିଳା ସାମ୍ବାଦିକ ଅଭିଯୋଗ କରିଛନ୍ତି ଯେ ଏକ ଖବର ସଂଗ୍ରହ ପାଇଁ ସେ ଯାଇଥିବା ବେଳେ ଟୁଟୁ ନାୟକ ହଠାତ୍ ତାଙ୍କ ଗାଲକୁ ଚାପୁଡ଼ା ମାରିଥିଲେ। କେବଳ ଏତିକି ନୁହେଁ ସାମ୍ବାଦିକାଙ୍କୁ ଗାଳିଗୁଲଜ କରିଥିବା ନେଇ ଅଭିଯୋଗ ହୋଇଛି । ଟୁଟୁ ନାୟକଙ୍କ ଏପରି ବ୍ୟବହାର ତାଙ୍କ ମର୍ଯ୍ୟାଦା ହାନୀ କରିଥିବା ଅଭିଯୋଗ କରିଛନ୍ତି ମହିଳା ସାମ୍ବାଦିକ । ଏହା ସହ ପ୍ରଯୋଜକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Tutu_Nayak_1699010220.jpg)