/odishatv-khabar/media/post_attachments/uploadimage/library/16_9/16_9_0/IMAGE_1647513954.jpg)
Vigilance Raid
ମାନସୀ ଜେନା ଗିରଫ । ଶୁକ୍ରବାର ଭିଜିଲାନ୍ସ ରେଡ୍ ପରେ ଶନିବାର ତାଙ୍କୁ ଗିରଫ କରାଯାଇଛି । ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଜେନାଙ୍କୁ ଗିରଫ କରିଛି ଭିଜିଲାନ୍ସର ଏକ ସ୍ୱତନ୍ତ୍ର ଟିମ୍ । ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଲା ବେଳେ ଗତକାଲି ସେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ ।
Advertisment
ସୂଚନାଯୋଗ୍ୟ, ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଣେ ଭିଜିଲାନ୍ସ ଅଧିକାରୀ । ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଅଧିକାରୀ ମାନସୀ ଜେନାଙ୍କୁ ଭିଜିଲାନ୍ସ ଟିମ୍ ଧରିଥିଲା । ମାନସୀ ସମ୍ବଲପୁର ଭିଜିଲାନ୍ସ ଡିଭିଜନର ଇନିସ୍ପେକ୍ଟର ଭାବେ କାର୍ଯ୍ୟରତ । ଜଣେ ସରକାରୀ କର୍ମଚାରୀଙ୍କ କେଶ ରଫା ଦଫା କରିବା ଲାଗି ମୁକେଶ ସାହୁଙ୍କ ଜରିଆରେ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ । ମାନସୀଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରହିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)