vigilance raid
ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟର ଆଉ ଜଣେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏମ୍ଆଇ ଡିଭିଜନ୍ର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ୬ଟି ସ୍ଥାନରେ ରେଡ୍ ଚାଲିଛି। ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାର ୬ଟି ସ୍ଥାନରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ।
ଭଂଜନଗର ଇରିଗେସନ୍ କଲୋନୀରେ ଥିବା କ୍ୱାର୍ଟର, ଭଂଜନଗରରେ ଥିବା ଅଫିସ୍, ଭୁବନେଶ୍ୱର ଖଣ୍ଡଗିରିରେ ଥିବା ଫ୍ଲାଟ୍, କସ୍ମୋପଲିସ୍ରେ ଥିବା ଫ୍ଲାଟ୍, ଜାଗମରାରେ ଥିବା ତିନି ମହଲା କୋଠା, ଗଞ୍ଜାମ ଖଲ୍ଲିକୋଟ୍ର ଲଙ୍ଗଳେଶ୍ୱରରେ ଥିବା ପୈତୃକ ଘରେ ଏକକାଳୀନ ଚଢାଉ କରୁଛି ଭିଜିଲାନ୍ସ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us