ଫୋନ୍ରେ କଥା ହେଉଥିବା ବେଳେ ପଛପଟୁ ମୁଣ୍ଡକୁ ପିଟି ପିଟି ମାରିଦେଲେ। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଗୋଶାଣୀ ନୂଆଁ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ଏହି ହତ୍ୟାକାଣ୍ଡ ଘଟିଛି। ଶିଶୁ କଲ୍ୟାଣ କମିଟି ସଦସ୍ୟ ସୌଦାମିନୀ ରଥଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁସାରେ, ସୌଦାମିନୀ କୌଣସି ଏକ ବ୍ୟକ୍ତିଙ୍କ ସହ ଫୋନ୍ରେ କଥା ହେଉଥିବା ବେଳେ ପଛପଟୁ ଦୁର୍ବୃତ୍ତ ଜଣଙ୍କ ତାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ହିଁ ସୌଦାମିନୀଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ଦୁର୍ବୃତ୍ତ ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା।