• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pallipuspa Samal

News Highlights

  • ବଲାଙ୍ଗିର ଲର୍କିପାଲିରେ ଜଣେ ମହିଳାଙ୍କୁ ବୀଭତ୍ସ ହତ୍ୟା

ବଲାଙ୍ଗିର ଲର୍କିପାଲିରେ ମହିଳାଙ୍କୁ ବୀଭତ୍ସ ହତ୍ୟା । ଘରଠାରୁ ୨୦୦ ମିଟର ଦୂର ବିଲ ଭିତରେ ମହିଳାଙ୍କୁ ହତ୍ୟା କରାଯାଇଛି । ହତ୍ୟାକାଣ୍ଡ ସ୍ଥଳରେ ମଦ ବୋତଲ ପଡିଛି ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ହତ୍ୟାକାରୀ କିଏ ଓ ଏଥିରେ କେତେଜଣ ସମ୍ପୃକ୍ତ ତାହା ଜଣାପଡ଼ି ନାହିଁ । ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ଏବଂ ଟାଉନ ଥାନା ପୋଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।

ସୂଚନା ଅନୁସାରେ ଗତକାଲି ରାତି ପ୍ରାୟ ୯ଟା ବେଳେ ମହିଳା ଜଣକ ଶୌଚ ହେବାକୁ ଘର ପାଖ ବିଲକୁ ଯାଇଥିଲେ॥ ତେବେ ଆଉ ଫେରି ନଥିଲେ । ରାତିରେ ପରିବାର ଲୋକେ ବହୁ ଖୋଜାଖୋଜି ପରେ ବିଲ ମଝିରୁ ମହିଳାଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପାଇଥିଲେ ।

ପରେ ଏ ନେଇ ରାତି ୧୨ଟାରେ ପରିବାର ଲୋକେ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ପୋଲିସ ରାତି ୧ଟାରେ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେତ ପାଇଁ ପଠାଇଛି ।