Astrospeak
  • Live TV
  • Read In English

ମହିଳା ଡ୍ରେସ ପିନ୍ଧି ଘରେ ପଶିଲା ! ମାଆ, ଝିଅଙ୍କୁ ଛୁରାମାଡ଼ କଲା ପଡୋଶୀ ଘରର ଯୁବକ

ରାଜଧାନୀରେ ଚାଞ୍ଚଲ୍ୟ । ଭୁବନେଶ୍ୱରରେ ଘରେ ପଶି ମାଆ, ଝିଅଙ୍କୁ ଛୁରାମାଡ଼ । ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀ ବିହାର ଅଞ୍ଚଳରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ପଡ଼ୋଶୀ ଘରର ଯୁବକ ଘରେ ପଶି ଛୁରାମାଡ଼ କରିଛି ।

knife attack
ଭୁବନେଶ୍ୱରରେ ଘରେ ପଶି ମାଆ, ଝିଅଙ୍କୁ ଛୁରାମାଡ଼

News Summary

ଭୁବନେଶ୍ୱରରେ ଘରେ ପଶି ମାଆ, ଝିଅଙ୍କୁ ଛୁରାମାଡ଼

ପଡ଼ୋଶୀ ଘରର ଯୁବକ ଘରେ ପଶି ଛୁରାମାଡ଼ କରିଥିବା ସୂଚନା

ଯୁବକ ଜଣଙ୍କ ମହିଳା ଡ୍ରେସ ପିନ୍ଧି ଘରେ ପଶିଥିବା ସୂଚନା

ଭୁବନେଶ୍ୱର : ରାଜଧାନୀରେ ଚାଞ୍ଚଲ୍ୟ । ଭୁବନେଶ୍ୱରରେ ଘରେ ପଶି ମାଆ, ଝିଅଙ୍କୁ ଛୁରାମାଡ଼ । ଚନ୍ଦ୍ରଶେଖରପୁର ଥାନା ଶୈଳଶ୍ରୀ ବିହାର ଅଞ୍ଚଳରେ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ପଡ଼ୋଶୀ ଘରର ଯୁବକ ଘରେ ପଶି ଛୁରାମାଡ଼ କରିଛି । ତେବେ ଯୁବକ ଜଣଙ୍କ ମହିଳା ଡ୍ରେସ ପିନ୍ଧି ଘରେ ପଶିଥିବା ସୂଚନା ମିଳିଛି । ମାଆ, ଝିଅଙ୍କୁ ଆକ୍ରମଣ କରିବା ବେଳେ ଯୁବକ ଜଣକ ନିଜେ ମଧ୍ୟ ଆହତ ହୋଇଛି ।  ଛୁରାମାଡ଼ କରିବାର କାରଣ ଜଣାପଡ଼ିନି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି ।

ପୁଲିସ୍‌ର ପ୍ରାଥମିକ ସୂଚନା ଅନୁସାରେ ଶୈଳଶ୍ରୀ ବିହାର ଅଞ୍ଚଳରେ ରୂପେଶ ନାମକ ଯୁବକ ମହିଳାଙ୍କ ଡ୍ରେସ ପିନ୍ଧି ପଡ଼ୋଶୀ ଘରେ ପଶିଥିଲା । ତେବେ ମା’ ଝିଅକୁ ଆକ୍ରମଣ କରିବା ସୟମରେ ନିଜେ ସେ ଆହତ ହୋଇଥିଲେ । ସମସ୍ତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପ୍ରାଥମିକ ଚିକିତ୍ସା ପରେ ବର୍ତ୍ତମାନ ମା’ ଝିଅଙ୍କୁ ଘରକୁ ପଠାଇ ଦିଆଯାଇଛି।

Also Read

ଆକ୍ରମଣ କରିବାକୁ ଯାଇ ଯୁବକ ଜଣେ ସେ କିପରି ନିଜେ ଗୁରୁତର ଆହତ ହେଲେ ସେ ନେଇ ସୃଷ୍ଟି ହୋଇଛି ସନ୍ଦେହ । ଖବର ପାଇ ପୋଲିସ ପହଞ୍ଚି ତଦନ୍ତ କରୁଛି । ଅନ୍ୟପଟେ ରୂପେଶଙ୍କ ସ୍ତ୍ରୀ ଭିନ୍ନ ଅଭିଯୋଗ ଆଣିଛନ୍ତି । ଏକାଧିକ ଯୁବକ ଆସି ସ୍ୱାମୀଙ୍କୁ ଛୁରା ମାଡ଼ କରି ଗାଡ଼ି ଛଡ଼ାଇ ନେଇଥିବା କହିଛନ୍ତି ।