Advertisment

ପ୍ରଥମେ ଫାୟାରିଂ, ତା’ପରେ ବିଚ୍‌ ରାସ୍ତାରେ ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହାଣିଲେ

ଯୁବକଙ୍କୁ ଗୁଳିମାଡ଼ ପରେ ଭୁଜାଲିରେ ହାଣି ହତ୍ୟା। ବିଚ୍ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି କିଛି ଦୁର୍ବୃତ୍ତ। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ମୃତକଙ୍କ ପରିବାରର ଅଭିଯୋଗ କରିଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Youth killed by miscreants

Youth killed by miscreants

ବାଲେଶ୍ୱର: ଯୁବକଙ୍କୁ ଗୁଳିମାଡ଼ ପରେ ଭୁଜାଲିରେ ହାଣି ହତ୍ୟା। ବିଚ୍ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି କିଛି ଦୁର୍ବୃତ୍ତ। ବାଲେଶ୍ୱରରେ ଏହି ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ସ୍ଥାନୀୟ ଜଗନ୍ନାଥପାଟଣାର ଯୁବକ ବିନୋଦ ବିହାରୀ ଦାସ।  

Advertisment

ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ମୃତକଙ୍କ ପରିବାରର ଅଭିଯୋଗ କରିଛନ୍ତି। ସୂଚନା ଅନୁସାରେ, ଆଜି ସକାଳ ୯ଟାରେ ୨ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ପ୍ରଥମେ ବିନୋଦଙ୍କୁ ଗୁଳି କରିଥିଲେ। ଏହାପରେ ତାଙ୍କୁ ଭୁଜାଲିରେ ଗୋଡ଼ାଇ ଗୋଡ଼ାଇ ହାଣି ନିର୍ମମ ଭାବେ ହତ୍ୟା କରିଥିଲେ। 

ପୋଲିସ ଯୁବକଙ୍କୁ ଉଦ୍ଧାର କରି ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ବାଲେଶ୍ୱର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡ ପରେ ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି। 

Advertisment
Murder Balasore
Advertisment
Advertisment